ନାଇଜେରିଆରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଆଖିବୁଜା ଗୁଳିଚାଳନା: ୨୦୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀଙ୍କ ମୃତ୍ୟୁ

ଅବୁଜା,୧୦ ।୧: ନାଇଜେରଆର ଏକ ଗାଁରେ ବଡ ଧରଣର ନରସଂହାର ହୋଇଥିବା ଖବର ମିଳିଛି । ଯେଉଁଥିରେ ଶହ ଶହ ଲୋକଙ୍କ ଜୀବନ ଯାଇଛି । ସ୍ଥାନୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ନାଇଜେରିଆର ଜମ୍ଫାରା ରାଜ୍ୟର ଏକ ଗାଁରେ କେତେଜଣ ସଶସ୍ତ୍ର ଡକାୟତ ଗ୍ରାମବାସୀଙ୍କ ଉପରକୁ ଆଖିବୁଜା ଗୁଳି ଚାଳନା କରିଥିଲେ । ଯେଉଁଥିରେ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ମୃତକଙ୍କ ସମାଧି ପାଇଁ ସେନାର ସହାୟତା ନିଆଯାଇଛି । ଏହି ଘଟଣାରେ ୫୮ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସରକାର କହିଛନ୍ତି । ହେଲେ ଜଣେ ପ୍ରତ୍ୟେକ୍ଷଦର୍ଶୀ ଯେ କି ଏହି ଆକ୍ରମଣରେ ନିଜର ୩ ପିଲା ଓ ସ୍ତ୍ରୀଙ୍କୁ ହରାଇଛନ୍ତି ସେ କହିଛନ୍ତି ଅତିକମରେ ସଶସ୍ତ୍ର ଡକାୟତଙ୍କ ଆକ୍ରମଣରେ ୨୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି । ଏପର୍ଯ୍ୟନ୍ତ ୧୫୪ ଜଣଙ୍କ ମୃତୁଦେହକୁ ପୋତି ଦିଆ ସରିଲାଣି ।
ସୂଚନାଯୋଗ୍ୟ, ସୋମବାର ସଶସ୍ତ୍ର ଡକାୟତଙ୍କ ଆଡ୍ଡାସ୍ଥଳ ଜମ୍ଫାରା ରାଜ୍ୟର ଗୁସାମି ଜଙ୍ଗଲ ଓ ପଶ୍ଚିମ ତସ୍ମରେ ଗାଁ ଉପରେ ସେନା ପକ୍ଷରୁ ବିମାନ ଆକ୍ରମଣ କରାଯାଇଥିଲା । ଯେଉଁଥିରେ ଡକାୟତଙ୍କ ୨ ଲିଡରଙ୍କ ସମେତ ୧୦୦ରୁ ଅଧିକ ଡକାୟତଙ୍କ ମୃତ୍ୟୁ ହୋଇଥିଲା । ଏହାର ପ୍ରତିଶୋଧ ନେବାକୁ ଯାଇ ଡକାୟତମାନେ ଗ୍ରାମବାସୀଙ୍କ ଉପରେ ଗୁଳି ଚାଳନା କରିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri