Posted inଜାତୀୟ

ବ୍ୟଭିଚାର କ୍ଷେତ୍ରରେ ନିଜ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବେ ସଶସ୍ତ୍ର ବାହିନୀ…

ନୂଆଦିଲ୍ଲୀ,୩୧।୧ : ବ୍ୟଭିଚାର ଉପରେ ସୁପ୍ରିମକୋର୍ଟ ନିଜର ୨୦୧୮ର ରାୟ ସ୍ପଷ୍ଟ କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ବ୍ୟଭିଚାର ପାଇଁ ସଶସ୍ତ୍ର ବାହିନୀ ସେମାନଙ୍କ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବେ। ବିଚାରପତି କେଏମ ଜୋଶେଫ, ଅଜୟ ରସ୍ତୋଗୀ, ଅନିରୁଦ୍ଧ ବୋଷ, ହୃଷୀକେଶ ରାୟ ଏବଂ ସିଟି ରବିକୁମାରଙ୍କ ନେତୃଥ୍ବରେ ଗଠିତ ୫ ଜଣିଆ ଖଣ୍ଡପୀଠ ଏଭଳି କହିଛନ୍ତି।

୨୦୧୮ରେ, ଜୋଶେଫ ଶାଇନ ଧାରା ୩୨ ଅନୁଯାୟୀ ଏକ ରିଟ ପିଟିଶନ ଦାଖଲ କରିଥିଲେ ଯାହାକି ସିଆରପିସିର ଧାରା ୧୯୮ ସହିତ ଆଇପିସିର ଧାରା ୪୯୭ର ସାମ୍ବିଧାନିକତାକୁ ଚ୍ୟାଲେଞ୍ଜ କରିଥିଲା। ଯେଉଁଥିରେ କୁହାଯାଇଥିଲା ଯେ ଧାରା ୧୪,୧୫ ଏବଂ ୨୧କୁ ଉଲ୍ଲଂଘନ କରାଯାଇଛି। ବ୍ୟଭିଚାର ବିରୋଧରେ ଏହା ସର୍ବପ୍ରଥମ ଜନସ୍ବାର୍ଥ ମାମଲା।

ଲିଙ୍ଗ ଆଧାରରେ ବ୍ୟଭିଚାର ବ୍ୟବସ୍ଥାକୁ ଅନୈତିକ ଏବଂ ଭେଦଭାବପୂର୍ଣ୍ଣ ବୋଲି ଆବେଦନକାରୀ ଦାବି କରିଥିଲେ। ଶୁଣାଣି ପରେ ସୁପ୍ରିମକୋର୍ଟ ବ୍ୟଭିଚାରକୁ ଅପରାଧ ବୋଲି ବିଚାର କରିବା ଅଣସାମ୍ବିଧାନିକ ବୋଲି କହିଥିଲେ। ତେବେ, ବ୍ୟଭିଚାର ଭାରତରେ ହିନ୍ଦୁ ବିବାହ ଅଧିନିୟମ ୧୯୫୬ର ଧାରା ୧୩ (୧) ଅନୁଯାୟୀ ଛାଡପତ୍ର ପାଇଁ ଏକ କାରଣ ବୋଲି କହିଥିଲେ।

ଏହାପୂର୍ବରୁ ଗତ ବର୍ଷ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ ଯେ ବ୍ୟଭିଚାର ଅଭିଯୋଗରେ ଏହାର ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ସଶସ୍ତ୍ର ବାହିନୀର ଏକ ପ୍ରକାର ପ୍ରଣାଳୀ ରହିବା ଉଚିତ, କାରଣ ଏହା ଏକ ଆଚରଣ ଯାହା ଅଧିକାରୀଙ୍କ ଜୀବନ ଉପରେ ଖରାପ ପ୍ରଭାବ ପକାଇପାରେ।

ବ୍ୟଭିଚାର ପରିବାରକୁ କଷ୍ଟ ଦେଇଥାଏ ଏବଂ ଏହାକୁ ହାଲୁକା ଭାବେ ଗ୍ରହଣ କରାଯିବା ଉଚିତ ନୁହେଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଥିଲେ। ସାମରିକ ସେବାରେ ଅନୁଶାସନ ସର୍ବାଧିକ। ସମସ୍ତେ ଶେଷରେ ସମାଜର ଏକକ ଭାବରେ ପରିବାର ଉପରେ ନିର୍ଭରଶୀଳ । ସମାଜର ଅଖଣ୍ଡତା ସ୍ବାମୀ କିମ୍ବା ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତତା ଉପରେ ଆଧାରିତ ହୋଇଥାଏ ବୋଲି ଶୀର୍ଷକୋର୍ଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri