ନବବଧୂଙ୍କୁ ବାନ୍ଧି ସଶସ୍ତ୍ର ଡକାୟତି

ଖଇରା,୨୦ା୩(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ଥାନା ସାରୁଗଁା ପଞ୍ଚାୟତ ଅଧୀନ ମିଟୁଆଣି ଗ୍ରାମର ଜଣେ ନବବଧୂଙ୍କୁ ଦଉଡ଼ିରେ ବାନ୍ଧି ଦୁଇ ଦୁର୍ବୃତ୍ତ ୧ଲକ୍ଷ ଟଙ୍କା ଓ ୫ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ନବବଧୂ ଆହତ ହୋଇ ଚିକିତ୍ସା ପାଇଁ ଖଇରା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଥାନା ଆଇଆଇସି ଗଣେଶ୍ବର ପ୍ରଧାନ ଘଟଣାସ୍ଥଳକୁ ଯାଇ ପ୍ରାଥମିକ ତଦନ୍ତ କରି ଫେରିଛନ୍ତି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଦର୍ଶନ ପାଣିଗ୍ରାହୀଙ୍କ ଘରୁ ରବିବାର ଅପରାହ୍ନରେ ଏହି ସଶସ୍ତ୍ର ଡକାୟତି ହୋଇଛି।
ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୧ଟା୩୦ମିନିଟ ସମୟରେ ଘରେ କେବଳ ନବବଧୂ ଜ୍ୟୋତିରେଖା ସାହୁ ଥିଲେ। ୨ଜଣ ଯୁବକ ବାଇକ୍‌ରେ ଆସି ତାଙ୍କୁ ପାଣି ପିଇବାକୁ ମାଗିଥିଲେ। ଜ୍ୟୋତିରେଖା ପାଣି ଆଣିବାକୁ ଯିବା ପରେ ସେମାନେ ଘର ଭିତରକୁ ଯାଇ ଏକ ବାଡ଼ିରେ ତାଙ୍କୁ ଆକ୍ରମଣ କରିବା ସହ ହାତ ଗୋଡ଼ ବାନ୍ଧି ପକାଇଥିଲେ। ପରେ ନଗଦ ୧ଲକ୍ଷ ଟଙ୍କା ଓ ୫ ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ଗହଣା ନେଇ ପଳାଇଥିଲେ। ଖବରପାଇ ପରିବାର ଲୋକେ ଘରେ ପହଞ୍ଚତ୍ ଜ୍ୟୋତିରେଖାଙ୍କୁ ଡାକ୍ତରଖାନା ନେଇଥିଲେ। ଏନେଇ ଥାନାରେ ଏକ ମାମଲା (ନଂ.୮୦/୨୩)ରୁଜୁ ହୋଇଛି। ଖୁବଶୀଘ୍ର ଅଭିଯୁକ୍ତ ଧରାପଡ଼ିବେ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?