ଟ୍ରମ୍ପ୍‌ ସମର୍ଥକଙ୍କ ସଶସ୍ତ୍ର ବିକ୍ଷୋଭ

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପରେ ଭୋଟଗଣତି ଜାରି ରହିଥିବାବେଳେ ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରାୟ ୨୦୦ ସମର୍ଥକ ଆରିଜୋନାର ଏକ ଭୋଟ କେନ୍ଦ୍ରରେ ବୁଧବାର ରାତିରେ ସଶସ୍ତ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମାସ୍କ ନ ପିନ୍ଧି ସେମାନେ ହାତରେ ରାଇଫଲ ଓ ହ୍ୟାଣ୍ଡଗନ୍‌ ଧରି ଧମକ ଦେଇଥିବା ଜଣାପଡ଼ିଛି। ଡେମୋକ୍ରାଟ୍‌ ପ୍ରାର୍ଥୀ ଜୋ ବାଇଡେନ୍‌ ଲିଡ୍‌ ନେଉଥିବା ଓ ଟ୍ରମ୍ପଙ୍କ ଭୋଟ ଉଦ୍ଦେଶ୍ୟମୂଳକ ଭାବେ ଗଣାଯାଉ ନ ଥିବା ପ୍ରଚାର ହେବା ପରେ ଏଭଳି ପରିସ୍ଥିତି ଦେଖାଦେଇଥିଲା। ସୋସିଆଲ ମିଡିଆରେ ଏଭଳି ମିଥ୍ୟା ପ୍ରଚାର ପରେ ଟ୍ରମ୍ପ ସମର୍ଥକମାନେ ରାଜରାସ୍ତାକୁ ଓହ୍ଲାଇଥିଲେ। ପ୍ରକାଶଥାଉ କି, ଆରିଜୋନାରେ ବାଇଡେନ୍‌ଙ୍କ ବିଜୟ ୧୧ ଇଲେକ୍ଟୋରାଲ ଭୋଟ ଆଣିଦେବ, ଯାହା ତାଙ୍କ ବିଜୟ ପଥକୁ ସୁଗମ କରିବ।
ଡାଉନ୍‌ଟାଉନ୍‌ ଡେଟ୍ରୋଇଟ୍‌ରେ ମଧ୍ୟ ବୁଧବାର ଅନୁରୂପ ଘଟଣା ଘଟିଛି। ଭୋଟଗଣତି କେନ୍ଦ୍ରକୁ ରିପବ୍ଲିକାନ୍‌ ପାର୍ଟିର ୩୦ଜଣ ସମର୍ଥକ ପଶି ଜାଲିଆତି କରାଯାଉଛି ବୋଲି ଅଭିଯୋଗ କରିଥିଲେ। ଭୋଟଗଣତି ଜାରି ରହିଥିବାବେଳେ ସମ୍ଭାବ୍ୟ ପରାଜୟ ଭୟରେ ରିପବ୍ଲିକାନ୍‌ ପାର୍ଟିର ସମର୍ଥକମାନେ ବିଭିନ୍ନ ସ୍ଥାନରେ ଏଭଳି ବିକ୍ଷୋଭ କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri