Posted inଜାତୀୟ

କୃଷକମାନେ ସହରର ଶ୍ୱାସରୁଦ୍ଧ କରୁଛନ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧ ।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ରାଜରାସ୍ତାରେ ବିରୋଧ ପ୍ରଦର୍ଶନ କରୁଥିବା କୃଷକଙ୍କୁ ଆଜି କିଛି କଟୁ ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟ ଏକ କୃଷକ ସଙ୍ଗଠନର ଓକିଲଙ୍କୁ କହିଛନ୍ତି, ‘ସମସ୍ତ ନାଗରିକଙ୍କର ରାସ୍ତା ଉପରେ ଯାଆସ କରିବାର ଅଧିକାର ରହିଛି । ଆପଣମାନେ ଯେଉଁଠି ବସିଛନ୍ତି ସେଠାରେ ସେହି ଅଞ୍ଚଳର ଲୋକଙ୍କୁ କେବେ ପଚାରିଛନ୍ତି ଏଥିରେ ସେମାନେ ଖୁସି କି ନା । ଆପଣମାନେ ସହରର ଶ୍ୱାସରୁଦ୍ଧ କରୁଛନ୍ତି । ଆଉ ଏବେ ସହର ଭିତରେ ପ୍ରବେଶ କରିବାକୁ ଅନୁମତି ମାଗୁଛନ୍ତି । ରାଜସ୍ଥାନର ଏକ ସଙ୍ଗଠନ କୃଷକ ମହାପଞ୍ଚାୟତ ସୁପ୍ରିମକୋର୍ଟଙ୍କୁ ଆବେଦନ କରିଥିଲେ କି ତାଙ୍କୁ ଦିଲ୍ଲୀର ଯନ୍ତର ମନ୍ତରରେ ଶାନ୍ତିପୂର୍ଣ୍ଣ ଭାବେ ସତ୍ୟାଗ୍ରହ ଅନୁମତି ଦିଆଯାଉ । ଏହାର ଜବାବରେ ଜଷ୍ଟିଶ ଏ ଏମ୍ ଖାନୱିଲକର ଓ ସି ଟି ରବିକୁମାର କହିଛନ୍ତି ସତ୍ୟାଗ୍ରହର ଅର୍ଥ କ’ଣ । ଆପଣମାନେ ଗୋଟିଏ ପଟେ ସୁପ୍ରିମକୋର୍ଟରେ କୃଷି ଆଇନକୁ ଚ୍ୟାଲେଞ୍ଜ କରୁଛନ୍ତି ଓ ଅନ୍ୟପଟେ ବିରୋଧ ପ୍ରଦର୍ଶନ କରୁଛନ୍ତି । କ’ଣ ଏହି ବିରୋଧ ନ୍ୟାୟପାଳିକା ବିରୋଧରେ । ଯଦି କୋର୍ଟକୁ ଆସିଛନ୍ତି ତେବେ ଭରସା ରଖନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri