ଶ୍ରୀମନ୍ଦିର ଜଗିବ ଆର୍ମଡ୍‌ ଭେହିକିଲ୍‌

ପୁରୀ,୧୨।୫: ପୁରୀ ଶ୍ରୀମନ୍ଦିର ସୁରକ୍ଷା ନେଇ ପୋଲିସ ପ୍ରଶାସନ ପକ୍ଷରୁ ଆଉ ଏକ ପଦକ୍ଷେପ ନିଆଯାଇଛି। ଶ୍ରୀମନ୍ଦିର ସୁରକ୍ଷା ନେଇ ମୋମବାର ଆର୍ମଡ୍‌  ଭେହିକିଲ୍‌ ମୁତୟନ କରାଯାଇଛି। ଏପରକି ସୋମବାର ପୁରୀ ଗସ୍ତରେ ଯାଇଛନ୍ତି ପୋଲିସ ଡିଜି ୱାଇବି ଖୁରାନିଆ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କରିଛନ୍ତି ଡିଜିପି। ଏପରିକି ଆଗକୁ ସ୍ନାନଯାତ୍ରା ଓ ରଥଯାତ୍ରା ନେଇ ମଧ୍ୟ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏପରିକି ମନ୍ଦିର ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଏବଂ ରଥଯାତ୍ରାରେ ଟ୍ରାଫିକ ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହୋଇଥିବା ଜଣାପଡିଛି।

ଅନ୍ୟପକ୍ଷେ ଅପରେଶନ ସିନ୍ଦୂର ପରିପ୍ରେକ୍ଷୀରେ ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରି ଦିଆଯାଇଥିଲା। ସୁରକ୍ଷାରେ ସ୍ବତନ୍ତ୍ର ବାହିନୀଙ୍କ ମୁତୟନ କରାଯାଇଥିଲା। ୧୫୦ରୁ ଅଧିକ ପୋଲିସ କର୍ମଚାରୀ ଶ୍ରୀମନ୍ଦିରକୁ ଜଗି ରହିଥିଲେ। ସାରାରାତି ପୋଲିସ ପକ୍ଷରୁ ଚେକିଂ ଏବଂ ବ୍ଲକିଂ କରାଯାଉଛି। ଏପରିକି ପୁରୀ ସହରର ବିଭିନ୍ନ ହୋଟେଲରେ ପୋଲିସ ପକ୍ଷରୁ ଯାଞ୍ଚ କରାଯାଉଛି। ହୋଟେଲରେ ରହୁଥିବା ଲୋକଙ୍କ ପରିଚୟପତ୍ର ମଧ୍ୟ ପୋଲିସ ଯାଞ୍ଚ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri