Posted inଜାତୀୟ

ଆଲୋଚନା ବିଫଳ ହେଲେ ସେନା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୨୫ା୮: ଭାରତ-ଚାଇନା ସୀମା ବିବାଦର ସମାଧାନ ଲାଗି କୂଟନୈତିକ ଓ ସାମରିକ ସ୍ତରରେ ଆଲୋଚନା ଜାରି ରହିଛି। ଲଦାଖରେ ଚାଇନା ଅନୁପ୍ରବେଶ କରି ଟେଣ୍ଟ କରିବା ଓ ବିସ୍ତାରବାଦୀ ଆଭିମୁଖ୍ୟର ସମାଧାନ ଏ ପର୍ଯ୍ୟନ୍ତ ହୋଇପାରି ନାହିଁ। ଦୁଇଦେଶର ସେନା ଅଧିକାରୀସ୍ତରୀୟ ଆଲୋଚନା ୫ ଥର ହେଲାଣି। ତଥାପି ସମାଧାନ ହୋଇପାରି ନାହିଁ। ଆଲୋଚନା ମାଧ୍ୟମରେ ସୀମା ବିବାଦର ସମାଧାନ ହୋଇ ନ ପାରିଲେ ବିକଳ୍ପ ଭାବେ ସେନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ବିପିନ୍‌ ରାଓ୍ବତ୍‌ ସୋମବାର କହିଛନ୍ତି। ଚାଇନା ସେନାର ଲଦାଖରେ ସୀମା ଉଲ୍ଲଂଘନର କଡ଼ା ଜବାବ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି। ତେବେ ଚାଇନା ସେନାକୁ ପଛକୁ ହଟାଇବା ଲାଗି ସେନା ପକ୍ଷରୁ କିଭଳି ସାମରିକ ପଦକ୍ଷେପ ଗ୍ରହଣ କରାଯିବ, ସେ ସମ୍ପର୍କରେ ରାଓ୍ବତ୍‌ କିଛି କହିବାକୁ ମନା କରିଦେଇଛନ୍ତି। ଏପ୍ରିଲରୁ ଚାଇନା ଏଭଳି ଦୁଃସାହସ କରିଥିବାବେଳେ ଜୁନ୍‌ ୧୫ରେ ଦୁଇସେନା ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଭାରତର ୨୦ ଯବାନ ଶହୀଦ ହୋଇଥିଲେ। ପରେ ଦୁଇଦେଶ ତିକ୍ତିତା ଦୂର ଲାଗି ସହମତି ପ୍ରକାଶ କରିବାରୁ ଆଲୋଚନା ଆରମ୍ଭ ହୋଇଥିଲା। ଆଲୋଚନା ମୁତାବକ ଚାଇନା ସେନା ସମ୍ପୂର୍ଣ୍ଣ ପ୍ରତ୍ୟାହାର କରାଯାଇ ନ ଥିବା ରାଓ୍ବତ୍‌ କହିଛନ୍ତି। ଫିଙ୍ଗର ୫, ଫିଙ୍ଗର ୮ରେ ଏବେବି ଚାଇନା ସେନା ଅଛନ୍ତି। ଏଲ୍‌ଏସିରେ ଦୁଇ ଦେଶର ସୈନ୍ୟ ଜଗି ରହିଥିବାବେଳେ ଆଲୋଚନା ଉପରେ ସମସ୍ତଙ୍କ ନଜର ରହିଛି। ଚାଇନା ପଛକୁ ନ ଫେରିଲେ କିମ୍ବା ଆଲୋଚନା ମାଧ୍ୟମରେ ସମାଧାନ ପନ୍ଥା ନ ବାହାରିଲେ ସେନା ବିକଳ୍ପ କଥା ଚିନ୍ତା କରାଯିବ ବୋଲି ରାଓ୍ବତ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri