Posted inଜାତୀୟ

ବିପିନ ରାଓ୍ବତଙ୍କ ସ୍ମୃତିରେ ୟୁଏସ୍‌ଆଇର ‘ଚେୟାର ଅଫ୍‌ ଏକ୍ସିଲେନ୍ସ’ ଘୋଷଣା

ନୂଆଦିଲ୍ଲୀ,୧୫।୩: ଭାରତର ପ୍ରଥମ ପ୍ରତିରକ୍ଷା ବିଭାଗର ଅଧ୍ୟକ୍ଷ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ସ୍ମୃତିରେ ସେନା ମୁଖ୍ୟ ଜେନେରାଲ ଏମ୍‌ ନରଓ୍ବଣେ ‘ୟୁନାଇଟେଡ ସର୍ଭିସ ଇନଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ(ୟୁଏସ୍‌ଆଇ)’ରେ ଚେୟାର ଅଫ୍‌ ଏକ୍ସିଲେନ୍ସ ପ୍ରତିଷ୍ଠା ଘୋଷଣା କରିଛନ୍ତି। ମଙ୍ଗଳବାର ଜେନେରାଲ ରାୱତଙ୍କ ୬୫ତମ ଜନ୍ମ ବାର୍ଷିକୀ ଅବସରରେ ଏହି ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ସେନା ଦ୍ୱାରା ଜାରି କରାଯାଇଥିବା ଏକ ବିବୃତ୍ତିରେ କୁହାଯାଇଛି ଯେ, ୟୁଏସ୍‌ଆଇ ନିର୍ଦ୍ଦେଶକ ତଥା ଅବସରପ୍ରାପ୍ତ ମେଜର ଜେନେରାଲ ବି.କେ ଶର୍ମାଙ୍କୁ ୫ଲକ୍ଷ ଟଙ୍କାର ଏକ ଚେକ୍‌ ପ୍ରଦାନ କରାଯାଇଛି। ଏହାକୁ ‘ଚେୟାର ଅଫ୍‌ ଏକ୍ସିଲେନ୍ସ’ର ସମ୍ମାନଜନକ ରାଶି ଭାବରେ ପ୍ରଦାନ କରାଯାଇଛି। ଜେନେରାଲ ବିପିନ ରାୱତଙ୍କ ସ୍ମୃତି ‘ଚେୟାର ଅଫ୍‌ ଏକ୍ସିଲେନ୍ସ’ ସଶସ୍ତ୍ର ବାହିନୀ ମଧ୍ୟରେ ଏକତା ଏବଂ ଅଖଣ୍ଡତା ଉପରେ ଧ୍ୟାନ କେନ୍ଦ୍ରିତ କରିବ। ଏତଦ୍‌ ବ୍ୟତୀତ ଏହି ସମ୍ମାନ ଜେନେରାଲ ରାୱତଙ୍କ ନେତୃତ୍ୱ ତଥା ବୃତ୍ତିଗତ ଜ୍ଞାନ କୌଶଳ ପାଇଁ ପାଇଁ ଏକ ଶ୍ରଦ୍ଧାଞ୍ଜଳୀ ବୋଲି ସେନା ଅଧିକାରୀ କହିଛନ୍ତି। ସୂଚନାଯୋଗ୍ୟ, ଗତ ବର୍ଷ ଡିସେମ୍ବର ୮ ରେ ତାମିଲନାଡୁର କୁନ୍ନୁର ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ଜେନେରାଲ ରାୱତଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri