Posted inଜାତୀୟ

ଆତଙ୍କବାଦୀ ଗୁଳିରେ ସେନା କ୍ୟାପ୍‌ଟେନ୍‌ ଶହୀଦ୍‌

ଶ୍ରୀନଗର,୧୪।୮: ଜମ୍ମୁ କଶ୍ମୀରର ଡୋଡା ଜିଲାରେ ଆତଙ୍କବାଦୀଙ୍କ ସହ ହୋଇଥିବା ମୁକାବିଲାରେ ଜଣେ ଭାରତୀୟ ସେନା କ୍ୟାପ୍‌ଟେନ୍‌ ଶହୀଦ୍‌ ହୋଇଛନ୍ତି। ସୂତ୍ରରୁ ପ୍ରକାଶ ଯେ, ଡୋଡାରେ ଅପରେଶନ ଅସର ଚାଲିଛି, ଯେଉଁଥିରେ ୪୮ ରାଷ୍ଟ୍ରିୟ ରାଇଫଲ୍ସର କ୍ୟାପଟେନ ଆତଙ୍କବାଦୀଙ୍କ ସହ ଲଢୁଥିଲେ। ହ୍ବାଇଟ ନାଇଟ କର୍ପସ କହିଛି, ପ୍ରବଳ ଗୁଳି ବିନିମୟ ମଧ୍ୟରେ ଆତଙ୍କବାଦୀଙ୍କ ସନ୍ଧାନ ଚାଲିଛି। ଅପରେଶନ ସମୟରେ ଅସ୍ତ୍ରଶସ୍ତ୍ର ଭଣ୍ଡାର ଜବତ କରାଯାଇଛି।
ସୂଚନାନୁସାରେ, କିଛି ଆତଙ୍କବାଦୀ ଜମ୍ମୁର ଉଦାମପୁର ଜିଲାର ପାଟନିତୋପ ସୀମାନ୍ତ ଜଙ୍ଗଲରେ ଏବଂ ଡୋଡା ଜିଲାର ଅସରରେ ଲୁଚି ରହିଥିବା ସୂଚନା ମିଳିଥିଲା। ପରେ ସର୍ଚ୍ଚ ଅପରେଶନ କରାଯାଇଥିଲା।
ଗତ କିଛି ସପ୍ତାହ ମଧ୍ୟରେ ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଘଟଣା ବୃଦ୍ଧି ପାଇଛି। ,ହାକୁ ଦୃଷ୍ଟିରେ ରଖି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବୈଠକ କରିଛନ୍ତି। ଏଥିରେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ଏବଂ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଧ୍ୟ ଅଂଶଗ୍ରହଣ କରିଛନ୍ତି। ଏହା ବ୍ୟତୀତ ଡିଜିଏମଓ ଏବଂ ସୁରକ୍ଷା ଏଜେନ୍ସିର ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଭାଗ ନେଇଛନ୍ତି। ଏହି ବୈଠକରେ ଆତଙ୍କବାଦୀଙ୍କ ମୁକାବିଲା ପାଇଁ ଯୋଜନା ପ୍ରସ୍ତୁତି ଉପରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri