Posted inଜାତୀୟ

ଆତଙ୍କବାଦୀ ଗୁଳିରେ ସେନା କ୍ୟାପ୍‌ଟେନ୍‌ ଶହୀଦ୍‌

ଶ୍ରୀନଗର,୧୪।୮: ଜମ୍ମୁ କଶ୍ମୀରର ଡୋଡା ଜିଲାରେ ଆତଙ୍କବାଦୀଙ୍କ ସହ ହୋଇଥିବା ମୁକାବିଲାରେ ଜଣେ ଭାରତୀୟ ସେନା କ୍ୟାପ୍‌ଟେନ୍‌ ଶହୀଦ୍‌ ହୋଇଛନ୍ତି। ସୂତ୍ରରୁ ପ୍ରକାଶ ଯେ, ଡୋଡାରେ ଅପରେଶନ ଅସର ଚାଲିଛି, ଯେଉଁଥିରେ ୪୮ ରାଷ୍ଟ୍ରିୟ ରାଇଫଲ୍ସର କ୍ୟାପଟେନ ଆତଙ୍କବାଦୀଙ୍କ ସହ ଲଢୁଥିଲେ। ହ୍ବାଇଟ ନାଇଟ କର୍ପସ କହିଛି, ପ୍ରବଳ ଗୁଳି ବିନିମୟ ମଧ୍ୟରେ ଆତଙ୍କବାଦୀଙ୍କ ସନ୍ଧାନ ଚାଲିଛି। ଅପରେଶନ ସମୟରେ ଅସ୍ତ୍ରଶସ୍ତ୍ର ଭଣ୍ଡାର ଜବତ କରାଯାଇଛି।
ସୂଚନାନୁସାରେ, କିଛି ଆତଙ୍କବାଦୀ ଜମ୍ମୁର ଉଦାମପୁର ଜିଲାର ପାଟନିତୋପ ସୀମାନ୍ତ ଜଙ୍ଗଲରେ ଏବଂ ଡୋଡା ଜିଲାର ଅସରରେ ଲୁଚି ରହିଥିବା ସୂଚନା ମିଳିଥିଲା। ପରେ ସର୍ଚ୍ଚ ଅପରେଶନ କରାଯାଇଥିଲା।
ଗତ କିଛି ସପ୍ତାହ ମଧ୍ୟରେ ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଘଟଣା ବୃଦ୍ଧି ପାଇଛି। ,ହାକୁ ଦୃଷ୍ଟିରେ ରଖି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବୈଠକ କରିଛନ୍ତି। ଏଥିରେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ଏବଂ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଧ୍ୟ ଅଂଶଗ୍ରହଣ କରିଛନ୍ତି। ଏହା ବ୍ୟତୀତ ଡିଜିଏମଓ ଏବଂ ସୁରକ୍ଷା ଏଜେନ୍ସିର ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଭାଗ ନେଇଛନ୍ତି। ଏହି ବୈଠକରେ ଆତଙ୍କବାଦୀଙ୍କ ମୁକାବିଲା ପାଇଁ ଯୋଜନା ପ୍ରସ୍ତୁତି ଉପରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri