Posted inଜାତୀୟ

ସ୍ଥାନାନ୍ତର ହେବେ ସେନା

ଡେରାଡୁନ୍‌,୧୨।୧: ଉତ୍ତରାଖଣ୍ଡ ଚାମୋଲି ଜିଲା ଜୋଷୀମଠରେ ବର୍ତ୍ତମାନ ପରିସ୍ଥିତି ଭଲ ନାହିଁ। ଏଠାରେ ଶହ ଶହ ଘରେ ଫାଟ ହେବା ପରେ ଉଦ୍ଧରା କାର୍ଯ୍ୟ ଜାରି ରହିଛି। ଏଥିସହ ସହରକୁ ଭୂସ୍ଖଳନ ଜୋନ୍‌ ଘୋଷଣା କରାଯିବା ପରେ ସ୍ଥାନୀୟ ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସେନାଙ୍କୁ ଅନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିବା ଆର୍ମି ଚିଫ୍‌ ଜେନେରାଲ ମନୋଜ ପଣ୍ଡେ ଗୁରୁବାର କହିଛନ୍ତି। ଚାଇନା ସୀମାରେ ଅବସ୍ଥିତ ଜୋଷୀମଠର ୨୫ରୁ ୨୮ ଆର୍ମି ବିଲ୍ଡିଂରେ ଫାଟ ଦେଖାଯିବା ପରେ ସେମାନଙ୍କୁ ଆଉଲି ସ୍ଥାନାନ୍ତର କରାଯିବ। ଆବଶ୍ୟକସ୍ଥଳେ ଅଧିକ ୟୁନିଟ୍‌ ମୁତୟନ କରାଯିବା ସହ ଯବାନ ପ୍ରତିକୂଳ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ଥିବା ଜେନେରାଲ ପାଣ୍ଡେ କହିଛନ୍ତି। ପ୍ରକୃତ ନିୟନ୍ତ୍ରଣ ରେଖା ସଂଲଗ୍ନ ୩,୪୮୮ କି.ମି. ପରିମିତ ସ୍ଥାନକୁ ଶତ୍ରୁ ରାଷ୍ଟ୍ର କବଳରୁ ରକ୍ଷା କରିବା ଲାଗି ୨୦, ୦୦୦ ଟ୍ରୁପ୍‌କୁ ନେଇ ସେନା ଛାଉଣି କରାଯାଇଛି। ଅନ୍ୟପଟେ ଜୋଷୀମଠର ୭୦୦ ବିଲ୍ଡିଂ କାନ୍ଥରେ ଫାଟ ଦେଖାଯାଇଥିବା ବେଳେ ବିପଦସଙ୍କୁଳ କୋଠାକୁ ନାଲି ଛକି ଚିହ୍ନ ଦ୍ୱାରା ଚିହ୍ନଟ କରାଯାଇଛି। ଲୋକଙ୍କ ଥଇଥାନ ପାଇଁ ରାଜ୍ୟ ସରକାର ୪୫ କୋଟି ଟଙ୍କାର ରିଲିଫ୍‌ ପ୍ୟାକେଜ୍‌ର ଘୋଷଣା କରିଛନ୍ତି। ଏଥିରେ ୩,୦୦୦ ପରିବାର ଲାଭବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି କହିଛନ୍ତି। ପ୍ରତି ପରିବାରକୁ ଦେଢ଼ ଲକ୍ଷ ଟଙ୍କା ଦେବା ଲାଗି ସରକାର ଘୋଷଣା କରିଥିବା ବେଳେ ଜମି ମାଲିକଙ୍କୁ ପ୍ରଥମ ସୋପାନରେ ୧ ଲକ୍ଷ ଆଡଭାନ୍ସ ଦିଆଯିବ। ରାଜ୍ୟ ବିପର୍ଯ୍ୟୟ ପାଣ୍ଠିରୁ ପ୍ରତି ସ୍ଥାନାନ୍ତର ପରିବାରକୁ ୫୦,୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri