Posted inଜାତୀୟ

ପଠାନକୋଟ ଗସ୍ତରେ ସେନା ମୁଖ୍ୟ

ଶ୍ରୀନଗର,୧୩।୭: ସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌ ନରଓ୍ବଣେ ସୋମବାର ଜମ୍ମୁ-ପଠାନକୋଟ ଅଞ୍ଚଳ ଗସ୍ତ କରିଛନ୍ତି। ପଠାନକୋଟରେ ପହଞ୍ଚିବା ପରେ ନରଓ୍ବଣେ ରାଇଜିଂ ଷ୍ଟାର କୋର୍ପ୍ସର ଆଗୁଆ ଅଞ୍ଚଳରେ ମୁତୟନ ହୋଇଥିବା ସୈନ୍ୟ, ସୁରକ୍ଷା ବ୍ୟବସ୍ଥା ଓ ଅପରେଶନ ପ୍ରସ୍ତୁତିକୁ ନେଇ ସମୀକ୍ଷା କରିଛନ୍ତି। ଏଥିସହ ସେ ଅନ୍ୟ ଡିଭିଜନର ଅଗ୍ରଗାମୀ ଅଞ୍ଚଳକୁ ପରିଦର୍ଶନ କରିଛନ୍ତି। ଏହି ସମୟରେ ଜିଓସି ଗୁରୁଜ ଡିଭିଜନର ମେଜର ଜେନେରାଲ ଓ୍ବାଇପି ଖଣ୍ଡୁରୀ ସେନା ମୁଖ୍ୟଙ୍କୁ ସମସ୍ତ ସୁରକ୍ଷା ବିଷୟରେ ସୂଚନା ଦେଇଥିଲେ। ତେବେ ପାକିସ୍ତାନ ପକ୍ଷରୁ କରାଯାଉଥିବା ଅସ୍ତ୍ରବିରତି ଉଲ୍ଲଂଘନ ଓ ଆତଙ୍କବାଦୀ ଅନୁପ୍ରବେଶକୁ ନେଇ ଜିରୋ ଟଲେରାନ୍ସ ନୀତି ଆପଣାଇବାକୁ ନରଓ୍ବଣେ ସେନା ଅଧିକାରୀଙ୍କୁ ସ୍ପଷ୍ଟ କରିଛନ୍ତି। ଏଥିସହ ସେ କହିଛନ୍ତି, ସେନା ଓ ସରକାରଙ୍କ ସମସ୍ତ ଏଜେନ୍ସି କ୍ରମାଗତ ଭାବେ ଏନେଇ ଏକାଠି କାର୍ଯ୍ୟ କରୁଛନ୍ତି। ଅନ୍ୟପଟେ ଏହି ଗସ୍ତ ସମୟରେ ସେନା ମୁଖ୍ୟ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ୱେଷ୍ଟର୍ନ କମାଣ୍ଡରର ସମସ୍ତ ର଼୍ୟାଙ୍କର ଅଧିକାରୀଙ୍କୁ ସମ୍ବୋଧିତ କରି ସେମାନଙ୍କ ମନୋବଳ ବଢ଼ାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri