Posted inଜାତୀୟ

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ…

ଶ୍ରୀନଗର,୪।୫ : ଜମ୍ମୁ-କଶ୍ମୀରର କିସ୍ତୱର ଜିସ୍ଲାର ଦୂରବର୍ତ୍ତୀ ମଣ୍ଡୱାର ମାଖନା ଜଙ୍ଗଲରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ଦୁଇ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ହେଉଛି ସେନାର ଏଏଲଏଚ ଧ୍ରୁବ ହେଲିକପ୍ଟର। ସେନା ଅଧିକାରୀଙ୍କ ଅନୁଯାୟୀ ଏହି ଦୁର୍ଘଟଣାରେ ପାଇଲଟ ଆହତ ହୋଇଛନ୍ତି। କିନ୍ତୁ ସେ ସୁରକ୍ଷିତ ଅଛନ୍ତି। ସେନା ଅଧିକାରୀ କହିଛନ୍ତି, ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି। ଏଥିରେ ୩ ଜଣ ଯବାନ ଥିବା କୁହାଯାଉଛି।

ପାଇଲଟଙ୍କ ସମେତ ଅନ୍ୟ ଜଣେ ଯବାନ ଆହତ ହୋଇଛନ୍ତି। ତେବେ ଅନ୍ୟ ଜଣେ ଯବାନ ଶହୀଦ ହୋଇଥିବା କୁହାଯାଉଛି।

ଦୁର୍ଘଟଣା ପରେ ସେହି ସ୍ଥାନର ଫଟୋ ମଧ୍ୟ ସାମ୍ନାକୁ ଆସିଛି। ଯେଉଁଥିରେ ହେଲିକପ୍ଟରର ଆବର୍ଜନା ଏବଂ କିଛି ଲୋକ ଦୃଶ୍ୟମାନ ହେଉଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ତୁରନ୍ତ ସେନା ଦ୍ୱାରା ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ଦୁର୍ଘଟଣା କିପରି ଓ କାହିଁକି ଘଟିଲା ସେନେଇ ସେନା ପକ୍ଷରୁ କୌଣସି ବିବୃତ୍ତି ଦିଆଯାଇ ନାହିଁ। ସେନାର ଏଏଲଏଚ ଧ୍ରୁବ ଏକ ଉନ୍ନତ ହାଲୁକା ହେଲିକପ୍ଟର। ଏହା ଭାରତରେ ଉତ୍ପାଦିତ ହୋଇଛି ଏବଂ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ ଏହାକୁ ନିର୍ମାଣ କରିଛି। ଓଜନରେ ହାଲୁକା ହୋଇଥିବାରୁ ଏହା ପାହାଡ଼ିଆ ଅଞ୍ଚଳରେ ସହଜରେ ଉଡ଼ିବାକୁ ସକ୍ଷମ। ଭାରତୀୟ ସେନା ସହିତ ଏହି ହେଲିକପ୍ଟରକୁ ନୌସେନା ଏବଂ ବାୟୁସେନା ମଧ୍ୟ ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri