କାର୍‌ଗିଲ ବିଜୟ ଦିବସରେ ବଳିଦାନ ପ୍ରତି ଶ୍ରଦ୍ଧାଞ୍ଜଳି: ଭୁବନେଶ୍ବରରେ ସେନା ସ୍ମାରକୀ ପାର୍କ ପ୍ରତିଷ୍ଠା ଦାବି

ଭୁବନେଶ୍ୱର,୨୬ା୭: ଭାରତୀୟ ସାମରିକ ଇତିହାସର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଯୁଦ୍ଧ ବିଜୟ ଭାବେ କାର୍‌ଗିଲ ବିଜୟ ପରିଗଣିତ। ୧୯୯୯ରେ ଏହି ଯୁଦ୍ଧର ବିଜୟକୁ ସ୍ମରଣୀୟ କରାଇବା ଲାଗି ପ୍ରତିବର୍ଷ ଜୁଲାଇ ୨୬ରେ ପାଳିତ ହେଉଛି କାର୍‌ଗିଲ ବିଜୟ ଦିବସ। ଏହି ଦିବସଟି ଭାରତୀୟ ସୈନିକଙ୍କ ଅତୁଳନୀୟ ସାହସ ଏବଂ ବଳିଦାନ ପ୍ରତି ଏକ ଗଭୀର ଶ୍ରଦ୍ଧାଞ୍ଜଳି। ଏହି ଅବସରରେ ବିଙ୍ଗ୍‌ ଇଣ୍ଡିଆନ ଫାଉଣ୍ଡେସନ ଓ ରୋଟାରାକ୍ଟ କ୍ଲବ ଅଫ ଭୁବନେଶ୍ୱର ରୟାଲ ପକ୍ଷରୁ ୨୬ତମ କାରଗିଲ ବିଜୟ ଦିବସ ଗୀତଗୋବିନ୍ଦ ସଦନଠାରେ ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ସେନାର ମେଜର ଜେନେରାଲ ଡ଼. ପ୍ରଦୀପ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ କାରଗିଲ ବିଜୟରେ ଭାରତୀୟ ସେନାର ସାହାସ, ପରାକ୍ରମ, ବଳୀଦାନ ଓ ଭୂମିକା ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ସେବା, ଦେଶପ୍ରେମ ଓ ଦାୟିତ୍ୱ ଭାବନା ଗ୍ରହଣ କରିବା ପାଇଁ ପ୍ରେରିତ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଆଇ.ଜି. ଡ୍ରୋନ୍ସର ପ୍ରତିଷ୍ଠାତା ବୋଧୂସତ୍ତ୍ୱ ସଂଘପ୍ରିୟ କହିଛନ୍ତି, ରାଷ୍ଟ୍ରୀୟ ସୁରକ୍ଷା ଓ ଦେଶର ସେନା ଶକ୍ତି ବୃଦ୍ଧିରେ ଟେକ୍ନୋଲୋଜିର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଓଡ଼ିଶାର ଡ୍ରୋନ ଅପରେଶନ ସିନ୍ଦୂର ଭଳି ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ଭାରତୀୟ ସେନା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା। ସେହିପରି ପୂର୍ବତନ ରଣଜୀ ଖେଳାଳି ସତ୍ୟରଞ୍ଜନ ଶତପଥୀ କହିଛନ୍ତି, ଦେଶ ଓ ସମାଜ ନିର୍ମାଣରେ କ୍ରୀଡ଼ାର ବହୁ ଭୂମିକା ରହିଛି। କ୍ରୀଡ଼ା ମାଧ୍ୟମରେ ସାରା ବିଶ୍ୱରେ ଭାରତର ଗୌରବ ବଢ଼ାଇବା ପାଇଁ ସମସ୍ତେ ଚେଷ୍ଟା କରିବା ଉଚିତ।
ବିଙ୍ଗ୍‌ ଇଣ୍ଡିଆନ ଫାଉଣ୍ଡେସନର ପ୍ରତିଷ୍ଠାତା ସ୍ମୃତିରଞ୍ଜନ ବିଶ୍ୱାଳ ଅତିଥିମାନଙ୍କୁ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ରୋଟାରାକ୍ଟ କ୍ଲବ ଅଫ ଭୁବନେଶ୍ୱର ରୟାଲର ଅଧ୍ୟକ୍ଷ ଦେବବ୍ରତ ମହାରଣା ଯୁବପିଢ଼ିଙ୍କ ମନରେ ସମାଜ ଓ ଦେଶସେବା ପାଇଁ ଆଗ୍ରହ ସୃଷ୍ଟି କରିବାକୁ ପ୍ରୟାସ କରାଯାଉଛି ବୋଲି ମତବ୍ୟକ୍ତ କରିଥିଲେ।
ଏହି ଅବସରରେ ଭୁବନେଶ୍ୱରରେ ଏକ ସେନା ସ୍ମାରକୀ ପାର୍କ ପ୍ରତିଷ୍ଠା ହେଉ ବୋଲି ବିଙ୍ଗ୍‌ ଇଣ୍ଡିଆନ ଫାଉଣ୍ଡେସନ ଓ ରୋଟାରାକ୍ଟ କ୍ଲବ ଅଫ ଭୁବନେଶ୍ୱର ରୟାଲ ତରଫରୁ ସମସ୍ତ ଜନସାଧାରଣଙ୍କୁ ଆହ୍ବାନ କରାଯାଇ ଦସ୍ତଖତ ଅଭିଯାନ କରାଯାଇଥିଲା। କାରଗୀଲ ବିଜୟଠାରୁ ଅପରେଶନ ସିନ୍ଦୂର ପର୍ଯ୍ୟନ୍ତ ସମସ୍ତ ବୀରଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri