Posted inଜାତୀୟ

ଆର୍ମି ଅଫିସରଙ୍କ ହାଇଡ୍ରାମା: ବିମାନବନ୍ଦରରେ କର୍ମଚାରୀଙ୍କୁ ମାରିଲେ ବିଧା-ଗୋଇଠା , ଭାଙ୍ଗିଦେଲେ ହାଡ଼, ଏବେ…

ଶ୍ରୀନଗର,୩।୮: ଶ୍ରୀନଗରରୁ ଦିଲ୍ଲୀ ଯାଉଥିବା ସ୍ପାଇସ୍‌ ଜେଟ୍‌ ବିମାନ ନମ୍ବର SG-୩୮୬ର ବୋର୍ଡିଂ ଗେଟ୍‌ରେ ଜଣେ ଯାତ୍ରୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଯାତ୍ରୀଜଣଙ୍କ ସ୍ପାଇସ୍‌ ଜେଟ୍‌ର ଚାରିଜଣ କର୍ମଚାରୀଙ୍କ ଉପରେ ଗୁରୁତର ଆକ୍ରମଣ କରିଛନ୍ତି। ଶ୍ରୀନଗର ବିମାନବନ୍ଦରରେ ଘଟିଥିବା ଏହି ଘଟଣାକୁ ନେଇ ସ୍ପାଇସ୍‌ ଜେଟ୍‌ର ଜଣେ ମୁଖପାତ୍ର କହିଛନ୍ତି ଯେ, ଆକ୍ରମଣକାରୀ ଯାତ୍ରୀ କର୍ମଚାରୀଙ୍କୁ ଗୋଇଠା ଏବଂ ବିଧା ମାରିଥିଲେ। ଫଳରେ କର୍ମଚାରୀଙ୍କର ମେରୁଦଣ୍ଡ ସହ ମୁହଁରେ ଗଭୀର ଆଘାତ ଲାଗିଛି।

ମୁଖପାତ୍ରଙ୍କ କହିବା ଅନୁଯାୟୀ, ଜଣେ କର୍ମଚାରୀ ବେହୋସ ହୋଇ ତଳେ ପଡ଼ି ଯାଇଥିଲେ। ତଥାପି ଉକ୍ତ ଯାତ୍ରୀଜଣଙ୍କ ତାଙ୍କୁ ଗୋଇଠା ମାରି ଚାଲିଥିଲେ। ମୁର୍ଚ୍ଛିତ କର୍ମଚାରୀଙ୍କୁ ସାହାଯ୍ୟ କରିବାକୁ ଆସିଥିବା ଅନ୍ୟ ଜଣେ ବ୍ୟକ୍ତି ଜୋରଦାର ଗୋଇଠା ମାରିବା ଫଳରେ ତାଙ୍କ ନାକ ଓ ମୁହଁରୁ ରକ୍ତସ୍ରାବ ହୋଇଥିଲା। ଆହତ କର୍ମଚାରୀମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯେଉଁଠାରେ ସେମାନଙ୍କର ଚିକିତ୍ସା ଚାଲିଛି।

ସ୍ପାଇସ୍‌ ଜେଟ ମୁଖପାତ୍ର କହିଛନ୍ତି ଯେ, ଆକ୍ରମଣକାରୀ ଯାତ୍ରୀ ଜଣେ ବରିଷ୍ଠ ସୈନ୍ୟ ଅଧିକାରୀ(ଆର୍ମି ଅଫିସର) ଥିଲେ। ସେ ଦୁଇଟି କେବିନ ବ୍ୟାଗ ନେଇ ଯାଉଥିଲେ, ଯାହାର ମୋଟ ଓଜନ ୧୬ କିଲୋଗ୍ରାମ, ଯାହା ଅନୁମୋଦିତ ୭ କିଲୋଗ୍ରାମ ସୀମାରୁ ଦୁଇ ଗୁଣରୁ ଅଧିକ ଥିଲା। ଯାତ୍ରୀଙ୍କୁ ଅତିରିକ୍ତ ସାମଗ୍ରୀ ପାଇଁ ଶୁଳ୍କ ଦେବାକୁ କୁହାଯାଇଥିଲା। କିନ୍ତୁ ସେ ତାହା ଦେବାକୁ ମନା କରିଦେଇଥିଲେ ଏବଂ ବୋର୍ଡିଂ ପ୍ରକ୍ରିୟା ସମ୍ପୂର୍ଣ୍ଣ ନ କରି ଜୋରଜବରଦସ୍ତ ଏୟାରୋ ବ୍ରିଜରେ ପ୍ରବେଶ କରି ବିମାନ ସୁରକ୍ଷା ପ୍ରୋଟୋକଲର ଉଲ୍ଲଂଘନ କରିଥିଲେ। ଜଣେ ସୁରକ୍ଷା ଗାର୍ଡ ତାଙ୍କୁ ଗେଟ୍‌ ବାହାରକୁ ଆଣିଥିଲେ। ଗେଟ୍‌ରେ ପହଞ୍ଚିବା ପରେ ଯାତ୍ରୀଙ୍କ ବ୍ୟବହାର ଆହୁରି ଆକ୍ରମଣାତ୍ମକ ହୋଇଯାଇ ଥିଲା। ସେ ସ୍ପାଇସ୍‌ ଜେଟ୍‌ର ଚାରିଜଣ ଗ୍ରାଉଣ୍ଡ ଷ୍ଟାଫଙ୍କ ସହ ମାରପିଟ କରିଥିଲେ।

ତେବେ ଏହି ଘଟଣା ସମ୍ପର୍କରେ ସ୍ଥାନୀୟ ପୋଲିସରେ ଏକ ଏଫ୍‌ଆଇଆର୍‌ ଦାଖଲ କରାଯାଇଛି ଏବଂ ଏୟାରଲାଇନ୍‌ ନିୟମ ଅନୁଯାୟୀ ଯାତ୍ରୀଙ୍କୁ ନୋ-ଫ୍ଲାଇଟ ତାଲିକାରେ ରଖିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ଏହାପରେ ସେହି ଯାତ୍ରୀ ଆଉ ବିମାନରେ ଯାତ୍ରା କରିପାରିବେ ନାହିଁ। ସ୍ପାଇସ୍‌ ଜେଟ ନାଗରିକ ବିମାନନ ମନ୍ତ୍ରଣାଳୟକୁ ଚିଠି ଲେଖି କର୍ମଚାରୀଙ୍କ ଉପରେ ହୋଇଥିବା ଏହି ଆକ୍ରମଣ ସମ୍ପର୍କରେ ସୂଚନା ଦେଇଛି ଏବଂ ଯାତ୍ରୀଙ୍କ ବିରୁଦ୍ଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଅନୁରୋଧ କରିଛି। ଏୟାରଲାଇନ୍‌ ବିମାନବନ୍ଦରରୁ ଏହି ଘଟଣାର ସିସିଟିଭି ଫୁଟେଜ ସଂଗ୍ରହ କରି ପୁଲିସକୁ ହସ୍ତାନ୍ତର କରିଛି, ଯାହା ଦ୍ୱାରା ଆଗକୁ ଆଇନଗତ କାର୍ଯ୍ୟାନୁଷ୍ଠାନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?