Odisha Elections 2024

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ । କାଳିପଲ୍ଲୀ ଗ୍ରାମର ଜେ.ଡିଲେଶ୍ୱର ପାତ୍ର ଡିସେମ୍ବର ୩ ରବିବାର ଗୋପାଳପୁରରୁ ଖେଳ ଦେଖି ଫେରୁଥିବା ବେଳେ ଚମାଖଣ୍ଡି ଥାନା ଅନ୍ତର୍ଗତ ହରିପୁର ଛକଠାରେ ତାଙ୍କୁ କିଛି ଦୁର୍ବୃତ୍ତ କୌଣସି କାରଣକୁ ନେଇ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଯାହାଫଳରେ ସେ ରକ୍ତାକ୍ତ ଅବସ୍ଥାରେ ଘଟଣାସ୍ଥଳରେ ଅଚେତ ହୋଇ ପଡ଼ିଯାଇଥିଲେ। ପରିବାର ଲୋକ ଖବର ପାଇ ତାଙ୍କୁ ପ୍ରଥମେ ବ୍ରହ୍ମପୁର ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ। ଏବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କାଳିପଲ୍ଲୀ ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଅନ୍ୟପଟେ ଏ ଘଟଣାକୁ ନେଇ ବୁଧବାର ଚମାଖଣ୍ଡି ଥାନାରେ ୪୪୧/୨୩ ନଂ ଏକ ମାମଲା ରୁଜୁ ହୋଇଥିଲା। ଜେ.ଡିଲେଶ୍ୱରଙ୍କ ସମ୍ପର୍କୀୟ ଲୋକଙ୍କ କହିବା ଅନୁସାରେ, ଦୀର୍ଘବର୍ଷ ହେଲା ଡିଲେଶ୍ୱର ଆର୍ମିରେ କାର୍ଯ୍ୟ କରି ଆସୁଥବା ବେଳେ ଗତ କିଛିଦିନ ତଳେ ସେ ତାଙ୍କ ଗ୍ରାମକୁ ଛୁଟିରେ ଆସିଥିଲେ। ଗତ ୩ ତାରିଖରେ ଗୋପାଳପୁରରୁ ଖେଳ ଦେଖି ସେ ଘରକୁ ଫେରୁଥିବା ବେଳେ ହରିପୁର ଛକଠାରେ ତାଙ୍କୁ କିଛି ଦୁର୍ବୃତ୍ତ ସଂଘବଦ୍ଧ ଆକ୍ରମଣ କରିଥିଲେ। ଫଳରେ ତାଙ୍କର ମୁଣ୍ଡ ଓ କାନକୁ ଗଭୀର ଆଘାତ ଲାଗିଥିବାରୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏକ ଘରୋଇ ମେଡିକାଲରେ ଚିକିତ୍ସା ହେଉଥିଲେ। ଏନେଇ ଡିଲେଶ୍ୱରଙ୍କ ମା’ ଗତ ୫ ତାରିଖ ଚମାଖଣ୍ଡି ଥାନାରେ ଏତଲା ଦେଇଥିଲେ। ବୁଧବାର ତାଙ୍କର ମୃତ୍ୟୁ ଘଟିଥିଲା। ଘରେ ତାଙ୍କର ୧୦ ଦିନର ଏକ କନ୍ୟା ସନ୍ତାନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri