ସେନା କର୍ମଚାରୀଙ୍କ ପରଲୋକ : ଗାର୍ଡ ଅଫ ଅନର ଦେଇ ଶେଷକୃତ୍ୟ ସମ୍ପନ୍ନ

ପାଟଣା,୨୧।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଉପର ସାହିର ସେନା କର୍ମଚାରୀ ତଥା ନାଏବ ସୁବେଦାର ହରିଶ୍ଚନ୍ଦ୍ର ସେଠୀ(୪୬)ଙ୍କ ଶୁକ୍ରବାର ନୂଆଦିଲ୍ଲୀ ଆରଆର ହସ୍ପିଟାଲରେ ମୃତ୍ୟୁ ହୋଇଛି। ସେ ମୁଖ ଗହର କର୍କଟରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ। ଶନିବାର ପାର୍ଥିବ ଶରୀର ଗଁାରେ ପହଞ୍ଚତ୍ବା ପରେ ପାଟଣା, ସାହାରପଡ଼ା ଭେଟେରାନ ୱେଲ ଫେଆର ଆସୋସିଏଶନ ପକ୍ଷରୁ ଶୋଭାଯାତ୍ରାରେ ମୃତଦେହ ବୈତରଣୀ ନଦୀକୂଳକୁ ନିଆ ଯାଇଥିଲା। ଅର୍ମୀର ବାଲେଶ୍ବର ହେଡ୍‌ କ୍ୱାର୍ଟର ଆର୍ମୀ ଅଫିସର ଓ କର୍ମଚାରୀମାନେ ଗାର୍ଡ ଅଫ ଅନର ଦେଇଥିଲେ। ସେଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ଭଣଜା ସିଦ୍ଧାର୍ଥ ବେହେରା ମୁଖଗ୍ନି ଦେଇଥିଲେ। ମୃତ୍ୟୁଶଯ୍ୟା ନିକଟରେ ସ୍ତ୍ରୀ ବୈଜୟନ୍ତୀ, ବଡ଼ ଝିଅ ଦିବ୍ୟାସୀ ପ୍ରିୟଦର୍ଶନୀ ଓ ସାନ ଝିଅ ତ୍ରିଶା ଉପସ୍ଥିତ ଥିଲେ। ତାଙ୍କ ବିୟୋଗରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ପୂର୍ବତନ ବିଧାୟକ ଜଗନ୍ନାଥ ନାଏକ, ସାହାରପଡ଼ା ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷ ଗୌତମ ନାଏକଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ପାଟଣା ଥାନା ପକ୍ଷରୁ ଏଏସ୍‌ଆଇ ଧନେଶ୍ୱର ପାତ୍ର, ପାଟଣା, ସାହାରପଡ଼ା ଭେଟରାନ ୱେଲ ଫେୟାର ଆସୋସିଏଶନର ସଭାପତି କ୍ୟାପଟେନ ଉପେନ୍ଦ୍ର ମହାନ୍ତ, ସମ୍ପାଦକ ସୁବେଦାର ନାରାୟଣ ବାରିକ, ନାଏବ ସବେଦାର ଭରତଚନ୍ଦ୍ର ମହାନ୍ତ, ପୂର୍ବତନ ଭାଜପା ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମମିତା ନାଏକ, ଉଦୟପୁର ସରପଞ୍ଚ ଲଳିତା ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri