Posted inଜାତୀୟ

କୁଲଗାମରୁ ଯବାନ ଅପହରଣ, କାରରେ ମିଳିଲା ରକ୍ତ ଛିଟା, ସର୍ଚ୍ଚ ଅପରେଶନ ଜାରି

କୁଲଗାମ,୩୦।୭: ଜମ୍ମୁ-କଶ୍ମୀରର କୁଲଗାମରୁ ଜଣେ ସେନା ଯବାନଙ୍କୁ ଅପହରଣ କରାଯାଇଛି। ଯବାନଙ୍କ ପରିବାର ଦାବି କରିଛନ୍ତି କି ଶନିବାର ସନ୍ଧ୍ୟାରୁ ସେ ନିଖୋଜ ଅଛନ୍ତି। ତେବେ ଘରୁ ସେ ଯେଉଁ କାରରେ ଯାଇଥିଲେ ସେ କାର ମିଳିଛି, ଯେଉଁଥିରେ ରକ୍ତ ଛିଟା ଲାଗିଥିବା କୁହାଯାଉଛି। ଏବେ ଯବାନଙ୍କୁ ଖୋଜିବାକୁ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଛି। ତେବେ ଘରୁ ସେ ଯେଉଁ କାରରେ ଯାଇଥିଲେ ସେ କାର ମିଳିଛି, ଯେଉଁଥିରେ ରକ୍ତ ଛିଟା ଲାଗିଥିବା କୁହାଯାଉଛି। ଏବେ ଯବାନଙ୍କୁ ଖୋଜିବାକୁ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଛି।
ଭାରତୀୟ ସେନା ର ଯବାନ ୨୫ ବର୍ଷିୟ ଜାଭେଦ ଅହମ୍ମଦ ୱାନି ଲେହରେ ପୋଷ୍ଟିଂ ହୋଇଥିଲେ ଓ ସେ ଛୁଟିରେ ଘରକୁ ଆସିଥିଲେ। ଶନିବାର ରାତି ପ୍ରାୟ ୮ଟା ବେଳେ ସେ ନିଖୋଜ ହୋଇଯାଇଥିଲେ। ସାରେ ତାଙ୍କ କାର ପାରାନହାଲରୁ ଉଦ୍ଧାର କରାଯାଇଥିଲା। ୱାନି କୁଲଗାମର ଅଚଥଲ ଅଞ୍ଚଳର ବାସିନ୍ଦା। ନ୍ୟୁଜ ଏଜେନ୍ସି ପିଟିଆଇ ଅଧିକାରୀଙ୍କ ଅଧାରରେ ଏହି ସୂଚନା ଦେଇଛି। ଅପହରଣ ଖବର ପାଇବା ମାତ୍ରେ ସେନା ଯବାନଙ୍କୁ ଖୋଜିବା ପାଇଁ ଏକ ବଡ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଛି। ଅଧିକାରୀଙ୍କ କହିବାନୁସାରେ, ୱାନି ତାଙ୍କ କାର ଚଳାଇ ଘର ପାଇଁ ଖାଦ୍ୟ ସାମଗ୍ରୀ ସଂଗ୍ରହ କରି ଚାଉଲଗାମ ଯାଇଥିଲେ। ଯେତେବେଳେ ସେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଫେରି ନ ଥିଲେ, ପରିବାର ସଦସ୍ୟ ତାଙ୍କୁ ନିକଟସ୍ଥ ଗାଁରେ ଖୋଜିବା ଆରମ୍ଭ କରିଥିଲେ। ଏହି ସମୟରେ ତାଙ୍କ କାର ପାରନହାଲ ନିକଟରୁ ମିଳିଥିଲା। କାରଟି ତାଲା ପଡ଼ି ନ ଥିବା ସମ୍ପର୍କୀୟମାନେ ଜାଣିବାକୁ ପାଇଲେ। କାର ଭିତରେ ଓ୍ବାନୀଙ୍କ ଚପଲ ଏବଂ ରକ୍ତ ଚିହ୍ନ ମଧ୍ୟ ଦେଖିବାକୁ ମିଳିଥିଲା, ପରେ ସମ୍ପର୍କୀୟମାନେ ପୋଲିସକୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri