Posted inଜାତୀୟ

ପୁଞ୍ଛ-ଜମ୍ମୁରେ ସେନା ଗାଡ଼ିରେ ନିଆଁ ଲାଗିବା ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଶ୍ରୀନଗର,୨୦।୪: ଜମ୍ମୁ-କଶ୍ମୀରର ପୁଞ୍ଛରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ପୁଞ୍ଛ-ଜମ୍ମୁ ନ୍ୟାସନାଲ ହାଇଓ୍ବେରେ ସେନା ଟ୍ରକରେ ଭୟଙ୍କର ନିଆଁ ଲାଗିବା ଘଟଣାରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଆହତଙ୍କୁ ରାଜୌରୀର ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ଭାଟାଦୁଡ଼ିଆ ଅଞ୍ଚଳରେ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଯେତେବେଳେ ସେନା ଗାଡି ଭୀମବେରଗାଲିରୁ ରାଜୌରୀ ସେକ୍ଟରର ପୁଞ୍ଚର ସଂଗୀଅତକୁ ଯାଉଥିବା ବେଳେ ଆତଙ୍କବାଦୀମାନେ ଗୁଳି ଚଳାଇବା ସହ ଗ୍ରେନେଡ ଆକ୍ରମଣା କରିଥିଲେ। ଫଳରେ ଟ୍ରକରେ ନିଆଁ ଲାଗି ଏହି ଦୁର୍ଘଟଣା ଘଟିଥିଲା। ଅନ୍ୟପଟେ ଘଟଣାର ଅନୁସନ୍ଧାନ ପାଇଁ ସେନାର ଏକ ଟିମ୍‌କୁ ପଠାଯାଇଛି ଏବଂ ବରିଷ୍ଠ ସେନା ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହି ଘଟଣା ଘଟିଥିବା ପାହାଡ଼ିଆ ଅଞ୍ଚଳରେ ବର୍ତ୍ତମାନ ପ୍ରବଳ ବର୍ଷା ହେଉଥିବାରୁ ତଦନ୍ତରେ ବାଧା ଉପୁଜିଛି। ଅନ୍ୟପଟେ ଉକ୍ତ ଅଞ୍ଚଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଏନେଇ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ସୂଚନା ଦେଇଛନ୍ତି। ଏଥିରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଶୋକ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ସେ ଦୁଃଖିତ ବୋଲି ଟୁଇଟ କରି ଜଣାଇଛନ୍ତି। ଏହି ସମୟରେ ଶୋକସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri