Posted inଜାତୀୟ

ଭାରତ ଉପରେ ଖରାପ ନଜର ରଖୁଥିବା ଦେଶକୁ ମୁହଁତୋଡ ଜବାବ ଦେବ ସେନା: ରାଜନାଥ ସିଂ

ନୂଆଦିଲ୍ଲୀ,୧୫।୮: ପୂର୍ବ ଲଦାଖରେ ଚାଇନା ସହ ସୀମା ବିବାଦ ଏବଂ ସୀମାପାର ଆତଙ୍କବାଦକୁ ପାକିସ୍ତାନର ସମର୍ଥନ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନାଁ ନ ନେଇ ଉଭୟ ଦେଶକୁ କଡ଼ା ଜବାବ ଦେଇଛନ୍ତି। ଦେଶର ୭୭ତମ ସ୍ବାଧୀନତା ଦିବସ ଅବସରରେ ସେ କହିଛନ୍ତି, ଭାରତ ସର୍ବଦା ଶାନ୍ତି ପ୍ରେମୀ ଦେଶ ରହିଆସିଛି, କିନ୍ତୁ ଶତ୍ରୁତା ଭାବ ରଖୁଥିବା ଦେଶକୁ କେବେ ଛାଡିବ ନାହିଁ। ସଶସ୍ତ୍ର ବାହିନୀକୁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରରେ ସଜାଇବା ଏବଂ ଭବିଷ୍ୟତର ଆହ୍ବାନକୁ ମୁକାବିଲା କରିବା ପାଇଁ ସରକାର ତାଲିମ ଦେଉଛନ୍ତି।
ଏକ ରାଷ୍ଟ୍ର ଭାବରେ ଆମର ପ୍ରାଚୀନ ନୀତି ସମଗ୍ର ବିଶ୍ୱକୁ ଏହି ବାର୍ତ୍ତା ଦେଇଥାଏ ଯେ ଭାରତ ସର୍ବଦା ଶାନ୍ତି ସପକ୍ଷରେ ଅଛି। ଆମେ କେବଳ ଶାନ୍ତି ଚାହୁଁନାହୁଁ, ବରଂ ଆମର କାର୍ଯ୍ୟ ମାଧ୍ୟମରେ ଶାନ୍ତି ପ୍ରତି ଆମର ପ୍ରତିବଦ୍ଧତା ମଧ୍ୟ ପ୍ରକାଶ କରୁ । କିନ୍ତୁ ଯଦି କେହି ଆମକୁ ଭୁଲ ଉଦ୍ଦେଶ୍ୟରେ କିମ୍ବା ଶତ୍ରୁତା ଭାବିବାକୁ ମଧ୍ୟ ସାହସ କରନ୍ତି, ତେବେ ଆମର ସୈନ୍ୟମାନେ ଉପଯୁକ୍ତ ଜବାବ ଦେବେ ବୋଲି ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି।
ରାଜନାଥ ସିଂ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଜାତୀୟ ସ୍ବାର୍ଥ ରକ୍ଷା ପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ। ଏହାର ଜାତୀୟ ସ୍ବାର୍ଥର ସୁରକ୍ଷା ପାଇଁ ଭାରତ ସରକାର କୌଣସି ପ୍ରକାରର ଆପୋଷ ବୁଝାମଣା କରିବେ ନାହିଁ। ଆମର ସଶସ୍ତ୍ର ବାହିନୀକୁ ଅଧିକ ସଶକ୍ତ ଏବଂ ନୂତନ ଆହ୍ବାନର ମୁକାବିଲା କରିବାକୁ ସକ୍ଷମ ହେବା ଆବଶ୍ୟକ। ୧୯୪୭ରେ ଭାରତ ସ୍ବାଧୀନ ହୋଇଥିଲା, କିନ୍ତୁ ଏହି ସ୍ବାଧୀନତାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ସୈନିକମାନଙ୍କ ଦ୍ୱାରା କରାଯାଇଥିବା ସର୍ବୋଚ୍ଚ ବଳିଦାନ ପାଇଁ ଦେଶ ସର୍ବଦା ସେମାନଙ୍କ ନିକଟରେ ଋଣୀ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri