Posted inଜାତୀୟ

ସେନାରେ ଖୁବ୍‌ଶୀଘ୍ର ନିୟୋଜନ ହେବ ୟୁଜିଭି, ସୀମାରେ ଶତ୍ରୁଙ୍କ ଉପରେ ରଖିବ ନଜର

ନୂଆଦିଲ୍ଲୀ,୩୦।୯: ଭାରତୀୟ ସେନାରେ ନିୟୋଜିତ ହେବାକୁ ଯାଉଛି ସ୍ବୟଂ ଚାଳିତ ଏପରି ଏକ ଯାନ ଯାହା ସୀମାବର୍ତ୍ତୀ ଇଲାକାରେ ନଜର ରଖିବ। ସ୍ବତନ୍ତ୍ର ଓ ଆଧୁନିକ ଯନ୍ତ୍ରପାତି ସହିତ ସଜ୍ଜିତ ଏହି ମାନବ ବିହୀନ ଗ୍ରାଉଣ୍ଡ ଯାନ (ୟୁଜିଭି) ଶୀଘ୍ର ଭାରତୀୟ ସେନାରେ ବ୍ୟବହୃତ ହେବ। ଏହି ଯାନ ଭାରତରେ ନିର୍ମାଣ ହୋଇଛି। ଏହି ୟୁଜିଭି ୟୁରୋପର ଅନେକ ଦେଶରେ ବ୍ୟବହୃତ ହେଉଛି। ଏହି ଯାନକୁ ମିନି ସିସିଟିଭି କଣ୍ଟ୍ରୋଲ ରୁମ କହିଲେ ବି ଅନ୍ୟଥା ହେବ ନାହିଁ। ଏଥିରେ କୌଣସି ମଣିଷ ରହିବେ ନାହିଁ କିନ୍ତୁ ଏହା ରିମୋଟ କଣ୍ଟ୍ରୋଲ ଦ୍ୱାରା ପରିଚାଳିତ ହେବ।

ଏହି ସିସିଟିଭି ନିୟନ୍ତ୍ରିତ ଯାନ ମାଧ୍ୟମରେ ଯଦି ଆବଶ୍ୟକ ହୁଏ ତେବେ ପ୍ରାୟ ୩୫୦ କିଲୋଗ୍ରାମ ଗୋଳା ବାରୁଦ ସହ ଅନ୍ୟାନ୍ୟ ବିସ୍ଫୋରକ ସାମଗ୍ରୀ ରଖାଯାଇପାରିବ। ଏହି ୟୁଜିଭି ୭୫୦ କିଲୋଗ୍ରାମ ପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ରଖିବାରେ ଓ କେମିମାଲ ସ୍ପ୍ରେ କରିବାରେ ସକ୍ଷମ। ଏହି ଯାନ ତିଆରି କରୁଥିବା କମ୍ପାନୀର ନାମ ହେଉଛି କଲ୍ୟାଣୀ ଗ୍ରୁପ।

ସୂଚନାନୁସାରେ, ପାରାମିଲିଟାରୀ ଫୋର୍ସର ଅଧିକାରୀମାନେ କହିଛନ୍ତି, ଆଗାମୀ ଦିନରେ ଝାଡଖଣ୍ଡ, ମଧ୍ୟପ୍ରଦେଶ, ଛତିଶଗଡ, ପଶ୍ଚିମବଙ୍ଗ, ଓଡ଼ିଶା ଭଳି ନକ୍ସଲ ପ୍ରଭାବିତ ରାଜ୍ୟରେ ପାରାମିଲିଟାରୀ ଫୋର୍ସ ଦ୍ୱାରା ଏହିପରି ଆଧୁନିକ ୟୁଜିଭି ଯାନ ବ୍ୟବହାର କରାଯାଇପାରିବ। ଏହାଦ୍ୱାରା ନକ୍ସଲ ପ୍ରଭାବିତ ଅଞ୍ଚଳରେ ସହଜରେ ପ୍ରବେଶ କରି ସେହି ଅଞ୍ଚଳର ଅନୁସନ୍ଧାନ କରିପାରିବ। କେଉଁଠାରେ କେତେ ନକ୍ସଲମାନେ ଲୁଚି ରହିଛନ୍ତି ପ୍ରାୟ ୧୦ କିଲୋମିଟର ଦୂରରୁ ନଜର ରଖିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri