Posted inଜାତୀୟ

କେମିତି କଟିଲା ଅର୍ଣ୍ଣବଙ୍କ ଗୋଟିଏ ରାତି

ମୁମ୍ବାଇ,୫ ।୧୧: ରିପବ୍ଲିକ ଟିଭିର ଏଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ ଯେ କି ଏକ ଇଣ୍ଟରିୟର ଡିଜାଇନର ଆତ୍ମହତ୍ୟା ମାମଲାରେ ବୁଧବାର ଗିରଫ ହୋଇଥିଲେ ସେ ରାତିରେ ସ୍ଥାନୀୟ ସ୍ୱୁଲରେ ଥିବା କୋଭିଡ-୧୯ କେନ୍ଦ୍ରରେ ରାତି କଟାଇଥିବା ଜଣାପଡିଛି । ଉକ୍ତ ସ୍କୁଲ ଅଲିବାଗ ଜେଲ୍‌ର କୋଭିଡ-୧୯ କେନ୍ଦ୍ର ଭାବେ କାର୍ଯ୍ୟ କରୁଥିଲା । ମହାରାଷ୍ଟ୍ର୍ରର ରାୟଗଡ ଜିଲାର ଅଲିବାଗର ଏକ କୋର୍ଟ ବୁଧବାର ଗୋସ୍ୱାମୀ ଓ ଅନ୍ୟ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ ଓ ପରେ ଏମ।।ନଙ୍କୁ ଆତ୍ମହତ୍ୟା ପାଇଁ ଉସକାଇବା ମାମଲାରେ ୧୮ ନଭେମ୍ବର ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । ଗୋସ୍ୱାମୀଙ୍କ ପାଇଁ ପୋଲିସ ୧୪ ଦିନ ମାଗିଥିବା ବେଳେ କୋର୍ଟ କହିଥିଲେ ବିଚାର ବିଭାଗୀୟ ହାଜତରେ ପଚରାଉଚରାର ଆବଶ୍ୟକତା ନାହିଁ । ମିଳିଥିବା ସୂଚନାରୁ ଜଣାପଡିଛି ପ୍ରଥମେ ଗୋସ୍ୱାମୀଙ୍କ ସ୍ୱାସ୍ଥ୍ର ପରୀକ୍ଷା କରାଯାଇ ତ’ପରେ ତାଙ୍କୁ ଅଲିଗଡ ଜେଲ୍‌ର କୋଭିଡ-୧୯ କେନ୍ଦ୍ରରେ ରଖାଯାଇଥିଲା ଓ ସେହିଠାରେ ସେ ପ୍ରଥମ ରାତି କାଟିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?