Posted inଜାତୀୟ

ଅର୍ଣ୍ଣବଙ୍କ ଜାମିନ ଆବେଦନ ରାୟ ସଂରକ୍ଷିତ

ମୁମ୍ବାଇ, ୮।୧୧: ରିପବ୍ଲିକାନ ଟିଭିର ଏଡିଟର-ଇନ୍‌-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀ ଅନ୍ତରୀଣ ଜାମିନ ପାଇଁ କରିଥିବା ଆବେଦନ ଉପରେ ବମ୍ବେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଫଳରେ ଶନିବାର ତାଙ୍କର ହାଜତରୁ ବାହାରିବା ସମ୍ଭବ ହୋଇନାହିଁ। ୨୦୧୮ରେ ସେ ଇଣ୍ଟେରିୟର ଡିଜାଇନର ଅନ୍ବୟ ନାଏକଙ୍କ ପାରିଶ୍ରମିକ ପୈଠ କରି ନ ଥିଲେ। ଗୁରୁତର ଆର୍ଥତ୍କ ସଙ୍କଟର ସମ୍ମୁଖୀନ ହୋଇ ଅନ୍ବୟ ଓ ତାଙ୍କ ମାଆ ଆତ୍ମହତ୍ୟା କରିଥିଲେ। ଆତ୍ମହତ୍ୟା ପାଇଁ ବାଧ୍ୟ କରିବା ଅଭିଯୋଗରେ ଗତ ବୁଧବାର ଅର୍ଣ୍ଣବଙ୍କୁ ଗିରଫ କରାଯାଇଥିଲା। ଜଷ୍ଟିସ୍‌ ଏସ୍‌.ଏସ୍‌. ସିନ୍ଦେ ଏବଂ ଏମ୍‌.ଏସ୍‌. କାର୍ନିକଙ୍କ ଖଣ୍ଡପୀଠ ଶୁଣାଣି ଶେଷ କରିବା ପରେ ଖୁବ୍‌ଶୀଘ୍ର ରାୟ ପ୍ରକାଶ କରିବେ ବୋଲି କହିଛନ୍ତି। କେବେ ରାୟ ଘୋଷଣା ହେବ ତାହା କୁହାଯାଇନାହିଁ। ତେବେ ଆବେଦନକାରୀ ଚାହିଁଲେ ନିୟମିତ ଜାମିନ ଲାଗି ସେସନ୍ସ କୋର୍ଟଙ୍କ ଦ୍ୱାରସ୍ଥ ହୋଇପାରିବେ।
ଅନ୍ତରୀଣ ଜାମିନ ଆବେଦନରେ ଅର୍ଣ୍ଣବ ଦର୍ଶାଇଥିଲେ, ଗିରଫବେଳେ ପୋଲିସ ତାଙ୍କୁ ମାର୍‌ପିଟ କରିବା ସହ ଏକ ତରଳ ପଦାର୍ଥ ଜବରଦସ୍ତ ପିଆଇଥିଲେ। ଏହାକୁ ପିଇବା ବେଳେ ତାଙ୍କ ଶ୍ୱାସରୁଦ୍ଧ ହୋଇଯାଇଥିଲା। ପୋଲିସ ବୁଟ୍‌ ମାଡ଼ରେ ତାଙ୍କ ସ୍ପାଇନାଲ କର୍ଡ ଗୁରୁତର ଆଘାତ ପାଇଥିବା ଅର୍ଣ୍ଣବ ଅଭିଯୋଗ କରିଛନ୍ତି।

ରିମାଣ୍ଡ ଶୁଣାଣି ୯ରେ

ଅର୍ଣ୍ଣବ ଗୋସ୍ବାମୀଙ୍କୁ ରିମାଣ୍ଡରେ ନେବା ଲାଗି ପୋଲିସ କରିଥିବା ଆବେଦନର ଶୁଣାଣି ୯ ତାରିଖରେ କରିବାକୁ ରାୟଗଡ଼ ଜିଲା ଆଲିବାଗ୍‌ ସେସନ୍ସ କୋର୍ଟ ଧାର୍ଯ୍ୟ କରିଛନ୍ତି। ପୂର୍ବରୁ ପୋଲିସ କରିଥିବା ଆବେଦନକୁ ମାଜିଷ୍ଟ୍ରେଟ କୋର୍ଟ ଖାରଜ କରିଦେଇଥିଲେ। ଏହାକୁ ସେମାନେ ସେସନ୍ସ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ତଳକୋର୍ଟର ରାୟକୁ ଖାରଜ କରି ଅର୍ଣ୍ଣବ ଓ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ଲାଗି ଅନୁମତି ଦେବାକୁ ପୋଲିସ ଅନୁରୋଧ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri