ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେ ସମୁଦାୟ ୭୨୦ ନମ୍ବରରୁ ୫୭୨ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୨୧,୪୭୧ ରାଙ୍କ ହାସଲ କରିଛନ୍ତି। ଦ୍ୱିତୀୟ ପ୍ରଚେଷ୍ଟାରେ ଏହି ସଫଳତା ପାଇ ସେ ସମଗ୍ର ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି।

ଅରୋଶିଷଙ୍କ ମାତା ସସ୍ମିତା ଶତପଥୀ ଜଣେ ସାମୟିକ କଳା ଶିକ୍ଷୟିତ୍ରୀ ହୋଇଥିବାବେଳେ ପିତା ମହାଦେବ ପଣ୍ଡା ଯାଲୋଏ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷ ଅଟନ୍ତି। ନିୟମିତ ପରିଶ୍ରମ ହିଁ ସଫଳତାର ମୂଳମନ୍ତ୍ର ବୋଲି ମତ ଦେଇ ଅରୋଶିଷ ପ୍ରତିଦିନ ୧୨ରୁ ୧୪ ଘଣ୍ଟା ପାଠପଢ଼ା କରୁଥିଲେ। ତାଙ୍କର ଏହି ସଫଳତାର ଶ୍ରେୟ ସେ ନିଜର ମାତାପିତା, ଶିକ୍ଷକ, ପରିବାର ସଦସ୍ୟ ଏବଂ ସାଙ୍ଗସାଥୀମାନଙ୍କୁ ପ୍ରଦାନ କରିଛନ୍ତି।

ଶିକ୍ଷାଗତ ପୃଷ୍ଠଭୂମିକୁ ଦେଖିଲେ, ଅରୋଶିଷ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଯାଲୋଏ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଗବେଷଣା କେନ୍ଦ୍ରରେ ପଢ଼ିଥିଲେ। ପରେ ସୋନପୁରସ୍ଥିତ ସାହାରା ଟ୍ରଷ୍ଟ ହାଇସ୍କୁଲରୁ ଦଶମ ଶ୍ରେଣୀରେ ୮୯ ପ୍ରତିଶତ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବାବେଳେ ବଲାଙ୍ଗୀରସ୍ଥିତ ଯୁବୋଦୟ କଲେଜରୁ ଯୁକ୍ତ ଦୁଇ ବିଜ୍ଞାନରେ ୭୦ ପ୍ରତିଶତ ନମ୍ବର ସହ କୃତକାର୍ଯ୍ୟ ହୋଇଥିଲେ।

ବିଶେଷକରି ଚଳିତ ବର୍ଷ ସେ ଆଇଜର (IISER) ପ୍ରବେଶିକା ପରୀକ୍ଷାରେ ୧୪୬ ନମ୍ବର ରଖି କୃତକାର୍ଯ୍ୟ ହୋଇଥିଲେ ମଧ୍ୟ ଭବଷ୍ୟତରେ ଜଣେ ଭଲ ଡାକ୍ତର ହେବାର ସ୍ବପ୍ନକୁ ସାକାର କରିବା ଲକ୍ଷ୍ୟରେ ସେ ଏନଇଇଟିକୁ ହିଁ ପ୍ରାଥମିକତା ଦେଇଥିଲେ। ତାଙ୍କର ଏହି ଜହ୍ନିତ ସଫଳତା ପାଇଁ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ଓ ସମ୍ବର୍ଦ୍ଧନାର ସୁଅ ଛୁଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri