Posted inଜାତୀୟ

ପ୍ରାଣ ପ୍ରତିଷ୍ଠା ମହୋତ୍ସବରେ ୫ ଲକ୍ଷ ରାମଭକ୍ତ ଯୋଗ ଦେବା ନେଇ ଆକଳନ

ଲକ୍ଷ୍ନୌ,୨୮।୭: ରାମ ମନ୍ଦିରର ଉଦ୍‌ଘାଟନ ପାଇଁ ପ୍ରସ୍ତୁତି ତୀବ୍ର ହୋଇଛି। ଜାନୁୟାରୀ ୨୦୨୪ରେ ଭବ୍ୟ ଗର୍ଭଗୃହରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳନ କରାଯିବ। ଉତ୍ସବକୁ ଏକ ବ୍ୟାପକ ସ୍ବରୂପ ଦେବା ପାଇଁ ଯୋଜନା ଚାଲିଛି। ଏହାର ଦାୟିତ୍ୱ ରାମ ମନ୍ଦିର ଟ୍ରଷ୍ଟ ସହିତ ସଂଘ ଏବଂ ଭିଏଚପି ପରିଚାଳନା କରୁଛନ୍ତି। ସଂଘ ଆକଳନ କରିଛନ୍ତି ଯେ, ଏହି ଉତ୍ସବ ପାଇଁ ପ୍ରାୟ ପାଞ୍ଚ ଲକ୍ଷ ଲୋକ ଅଯୋଧ୍ୟାକୁ ଆସିପାରନ୍ତି। ଅଯୋଧ୍ୟାକୁ ଆସୁଥିବା ଲୋକଙ୍କ ସୁବିଧା ପାଇଁ ଏକ ବିସ୍ତୃତ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଉଛି।

ସଂଘର ପଦାଧିକାରୀ କ୍ରମାଗତ ଭାବରେ ବୈଠକ କରି ଆୟୋଜନର ରୂପରେଖା ପ୍ରସ୍ତୁତ କରୁଛନ୍ତି। ସଂଗଠନର ପ୍ରୟାସ ଯେ ଅଯୋଧ୍ୟାରୁ କେହି ଭୋକିଲା ନ ଯାଆନ୍ତୁ। ସମଗ୍ର ସହରର ବିଭିନ୍ନ ସ୍ଥାନରେ ଭଣ୍ଡାରର ଆୟୋଜନ କରିବା ପାଇଁ ପ୍ରସ୍ତୁତି ଚାଲିଛି। ସଂଗଠନର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାମଲାଲାର ପ୍ରାଣ ପ୍ରତିଷ୍ଠା ମହୋତ୍ସବ ୧୦ଦିନ ହେବ। ଏହି ମହୋତ୍ସବ ମକର ସଙ୍କ୍ରାନ୍ତି ଜାନୁୟାରୀ ୧୫ରେ ଆରମ୍ଭ ହୋଇ ୨୪ ଜାନୁୟାରୀରେ ଶେଷ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଭାଜପାର କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୯: ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବରେ ଭାଜପା ପ୍ରତିକ୍ରିୟା ରଖିଛି। ଭାଜପା ମୁଖପାତ୍ର ତଥା ରାଜ୍ୟ ସଭା ଏମପି ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ଏହି ଦାବି…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?