ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଅନୁରୂପ ଭାବେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ସୂଚନାନୁସାରେ, ଗତ କିଛି ଦିନ ତଳେ ହ୍ୟୁମାନ ସାଗରଙ୍କ ମା’ ଶେଫାଳୀ ସୁନା ତାଙ୍କ ପୁଅ ମୃତ୍ୟୁକୁ ନେଇ ମର୍କତନଗର ଥାନାରେ ୯ଜଣଙ୍କ ନାମରେ ଏତଲା ଦେଇଥିଲେ। ଉକ୍ତ ଏତଲାରେ ଗତ ୩ରୁ ୪ ବର୍ଷ ମଧ୍ୟରେ ହ୍ୟୁମାନଙ୍କ ନିକଟତର ହୋଇଥିବା ବ୍ୟକ୍ତିଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ସେ ଦାବି କରିଥିଲେ। ହ୍ୟୁମାନଙ୍କ ସ୍ତ୍ରୀ ଶ୍ରେୟା ମିଶ୍ର ଓ ତାଙ୍କ ପରିବାର ସଦସ୍ୟ, ଡାକ୍ତର ଶୁଭେନ୍ଦୁ ମିଶ୍ର, କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ତାଙ୍କ ପରିବାର, ସୋମେଶ ଶତପଥୀ, ଦିନେଶ ବେହେରା, ମହମ୍ମଦ ଅବିତ(ବବଲୁ), ପ୍ରଶାନ୍ତ ବେହେରା, ଲୁଲୁ ମହାନ୍ତି, ଜଗଦୀଶ ମହାନ୍ତିଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ସେ ଏତଲାରେ ଦର୍ଶାଇଥିଲେ। ଏଥିସହ ଅର୍ପିତା ନିକଟରେ ଅଧିଗ୍ରହଣ କରିଥିବା ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ଅର୍ପିତାଙ୍କ ସହିତ ସୋମେଶଙ୍କ ସମ୍ପର୍କ, ଭୁବନେଶ୍ବରରେ ଥିବା ଅଡିଓ ଷ୍ଟୁଡିଓର ଆର୍ଥିକ କାରବାର ଯାଞ୍ଚ କରିବାକୁ ସେ ଦାବି କରିଛନ୍ତି। ଏସବୁ ଦିଗକୁ ତଦନ୍ତ ପରିସରଭୁକ୍ତ କରିବା ସହିତ ପ୍ରମାଣ ନଷ୍ଟ ହେବା ପୂର୍ବରୁ ଏହାକୁ ରୋକିବାକୁ ହ୍ୟୁମାନଙ୍କ ମା’ ଶେଫାଳି ଏତଲାରେ ଉଲ୍ଲେଖ କରିଥିଲେ। ସେ ଏତଲାର ନକଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମଧ୍ୟ ପଠାଇଥିଲେ। ତେବେ ପୋଲିସ ତାଙ୍କ ଏତଲାକ୍ରମେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ତଦନ୍ତ ସମୟରେ ସମ୍ଭାବ୍ୟ ଗିରଫଦାରିକୁ ଏଡାଇବା ପାଇଁ ଅର୍ପିତା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ଜଣାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri