ଯାତ୍ରୀଙ୍କ ପାଇଁ ବ୍ୟବସ୍ଥା କର: ହାଇକୋର୍ଟ

କଟକ,୨୮।୬ (କାର୍ତ୍ତିକ ସାହୁ)
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଓ ସୁନାବେଶ ଉପଲକ୍ଷେ ପୁରୀକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ନିମନ୍ତେ ରେଲଓ୍ବେ ବୋର୍ଡକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଯାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇଛନ୍ତି। ଦେଶ ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ବହୁସଂଖ୍ୟକ ଭକ୍ତଙ୍କ ଆଗମନ ଦୃଷ୍ଟିରୁ ବିଭିନ୍ନ ସ୍ଥାନରୁ ପୁରୀକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ପାଇଁ ବ୍ୟବସ୍ଥା କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଟ୍ରେନ୍‌ ଚଳାଚଳ କରିବା ଓ ଏ ନେଇ ଯାତ୍ରୀଙ୍କୁ ଅବଗତ କରାଇବା ସହ ସେମାନଙ୍କ ନିମନ୍ତେ ବ୍ୟବସ୍ଥା କରିବାକୁ ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ବୁଧବାର ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା। ପରଦିନ ଅର୍ଥାତ ଗୁରୁବାର ତିନି ରଥରେ ଶ୍ରୀଜୀଉମାନଙ୍କ ସୁନାବେଶ। ଏହି ଦୁର୍ଲଭ ବେଶ ଦେଖିବା ନିମନ୍ତେ ବହୁସଂଖ୍ୟକ ଭକ୍ତଙ୍କ ସମାଗମ ହେବ। ରଥଯାତ୍ରାରେ ପୁରୀକୁ ସ୍ବତନ୍ତ୍ର ଟ୍ରେନ ଚଳାଚଳ ବ୍ୟବସ୍ଥା ହୋଇଥିଲାବେଳେ ବାହୁଡ଼ା ଯାତ୍ରା ଓ ସୁନାବେଶ ସମୟରେ ସ୍ବତନ୍ତ୍ର ଟ୍ରେନ୍‌ ନାହିଁ। ଫଳରେ ବିଭିନ୍ନ ପ୍ରାନ୍ତରୁ ପୁରୀକୁ ଆସୁଥିବା ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେବେ। ଏହାକୁ ଦୃଷ୍ଟିରେ ରଖି ସାମାଜିକ କର୍ମୀ ସରସ୍ବତୀ ବେହେରା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରି ସ୍ବତନ୍ତ୍ର ଟ୍ରେନ ଚଳାଚଳ ନିମନ୍ତେ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ କେ.କେ. ସ୍ବାଇଁ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri