ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ହୋଇଛି ବ୍ୟବସ୍ଥା

ସୁନାବେଡ଼ା/ସେମିଳିଗୁଡ଼ା,୩ା୧୨(ସ୍ବ.ପ୍ର.): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ କୋରାପୁଟ ଜିଲା। ସେମିଳିଗୁନା ବ୍ଲକ ଅନ୍ତର୍ଗତ ଦୁଧାରି ପଞ୍ଚାୟତର ପୁଟସିଲ ଓ ଫୁଲବନ୍ଧ ମଧ୍ୟରେ ଥିବା ପର୍ବତ ହେଉଛି ଗିର୍ଲିମାଳି। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଦୃଷ୍ଟିରୁ ଓଡ଼ିଶା ସରକାର ଗତବର୍ଷ ଏହାକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ। ଏଥିସହ ଏଠାକୁ ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଇକୋ ଟୁରିଜମ୍‌ ମାଧ୍ୟମରେ ଇକୋ ରିଟ୍ରିଟ୍‌ ଗଢ଼ିଥିଲେ । ଏଥିପାଇଁ ପର୍ଯ୍ୟଟନ ବିଭାଗ ଅର୍ଥ ଖର୍ଚ୍ଚ କରିଥିଲା। ମାତ୍ର ଯେଉଁ ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଥିଲା ତାହା ଗତବର୍ଷ ଏହା ଫେଲ୍‌ ମାରିଥିଲା। ଏବର୍ଷ ଗୋଟିଏ ନୂଆ ସଂସ୍ଥା ଦାୟିତ୍ୱ ନେଇଛି। ଜିଲା ପ୍ରଶାସନ ଓ ପର୍ଯ୍ୟଟନ ବିଭାଗର ମିଳିତ ଉଦ୍ୟମରେ ଇତିମଧ୍ୟରେ ଇକୋ ରିଟ୍ରିଟ୍‌ ଉଦ୍‌ଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭିଡିଓ କନ୍‌ଫରେନ୍ସରେ ଉଦ୍‌ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଟ୍ଟାଙ୍ଗୀ ବିଧାୟକ ପିତମ ପାଢ଼ୀ ଯୋଗଦେଇଥିଲେ। ସେ ତାଙ୍କ ବକ୍ତବ୍ୟରେ କହିଥିଲେ, ଚଳିତ ବର୍ଷ ଦିଲ୍ଲୀର ଏକ କମ୍ପାନୀ କୋ ରିଟ୍ରିଟ୍‌ର ଦାୟିତ୍ୱ ନେଇଛି। ଏହାର ସାଜସଜ୍ଜା ବେଶ୍‌ ମନଲୋଭା ହୋଇଛି। ଏହା ଦେଶ ବିଦେଶର କୋଣ ଅନୁକୋଣରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ପୁଟସିଲର ଇକୋ ରିଟ୍ରିଟ୍‌ ବିଶ୍ୱ ଦରବାରରେ ଜିଲା ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବ। ଗତବର୍ଷ ଆତିଥ୍ୟ ସେବାରେ ବିଫଳ ହୋଇଥିବାରୁ ଏନେଇ ପର୍ଯ୍ୟଟକଙ୍କ ମନରେ ଥିବା ଧାରଣାରେ ପରିବର୍ତ୍ତନ ଆଣିବାକୁ ସେ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଭାବେ ସିଡିଓ ଗୌରଇସ ସଲ୍‌ୱାର ଯୋଗଦେଇ କହିଲେ, ଏହାଦ୍ୱାରା ସ୍ଥାନୀୟ ଯୁବପିଢ଼ି କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅନ୍ୟତମ ଅତିଥି ରୂପେ ପଟ୍ଟାଙ୍ଗୀ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ବ୍ଲକ ଅଧ୍ୟକ୍ଷା ଲିଲି ଅଣ୍ଟାବିରିଆ, ଉପାଧ୍ୟକ୍ଷ ଶିବା ବାଙ୍ଗାରି, ଦୁଧାରି ସରପଞ୍ଚ ମାଧବ ନନ୍ଦିବାଲି, ବ୍ଲକ ସଭାପତି ରାମ ଅଣ୍ଟାବିରିଆଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସେମିଳିଗୁଡ଼ା ବିଡିଓ ସବ୍ୟସାଚୀ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପର୍ଯ୍ୟଟନ ଅଧକାରୀ ତାଲିନା ପ୍ରଧାନୀ ଧନ୍ୟବାଦ ଦେଇଥିଲେ । ସୂଚନାଯୋଗ୍ୟ, ଚଳିତ ବର୍ଷ ପୁଟସିଲରେ ଖୋଲାଯାଇଥିବା ଇକୋ ରିଟ୍ରିଟ୍‌ ପରିଚାଳନା ଦାୟିତ୍ୱ ଦିଲ୍ଲୀର ବାଲାଜୀ ଏକଜିମ ନାମକ ସଂସ୍ଥା ନେଇଛି। ଏଠାରେ ୨୮ଟି କଟେଜ ନିର୍ମାଣ ହୋଇଛି। ସେଥିରେ ୫ଟି ପ୍ରିମିୟମ କଟେଜ ଥିବା ବେଳେ ଅନ୍ୟ ୨୩ଟି ଡିଲକ୍ସ କଟେଜ ରହିଛି । ଫଳରେ ପର୍ଯ୍ୟଟକଙ୍କୁ ୫ ତାରକା ହୋଟେଲର ସମସ୍ତ ସୁବିଧା ମିଳିବ ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri