ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ହୋଇଛି ବ୍ୟବସ୍ଥା

ସୁନାବେଡ଼ା/ସେମିଳିଗୁଡ଼ା,୩ା୧୨(ସ୍ବ.ପ୍ର.): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ କୋରାପୁଟ ଜିଲା। ସେମିଳିଗୁନା ବ୍ଲକ ଅନ୍ତର୍ଗତ ଦୁଧାରି ପଞ୍ଚାୟତର ପୁଟସିଲ ଓ ଫୁଲବନ୍ଧ ମଧ୍ୟରେ ଥିବା ପର୍ବତ ହେଉଛି ଗିର୍ଲିମାଳି। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଦୃଷ୍ଟିରୁ ଓଡ଼ିଶା ସରକାର ଗତବର୍ଷ ଏହାକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ। ଏଥିସହ ଏଠାକୁ ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଇକୋ ଟୁରିଜମ୍‌ ମାଧ୍ୟମରେ ଇକୋ ରିଟ୍ରିଟ୍‌ ଗଢ଼ିଥିଲେ । ଏଥିପାଇଁ ପର୍ଯ୍ୟଟନ ବିଭାଗ ଅର୍ଥ ଖର୍ଚ୍ଚ କରିଥିଲା। ମାତ୍ର ଯେଉଁ ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଥିଲା ତାହା ଗତବର୍ଷ ଏହା ଫେଲ୍‌ ମାରିଥିଲା। ଏବର୍ଷ ଗୋଟିଏ ନୂଆ ସଂସ୍ଥା ଦାୟିତ୍ୱ ନେଇଛି। ଜିଲା ପ୍ରଶାସନ ଓ ପର୍ଯ୍ୟଟନ ବିଭାଗର ମିଳିତ ଉଦ୍ୟମରେ ଇତିମଧ୍ୟରେ ଇକୋ ରିଟ୍ରିଟ୍‌ ଉଦ୍‌ଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭିଡିଓ କନ୍‌ଫରେନ୍ସରେ ଉଦ୍‌ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଟ୍ଟାଙ୍ଗୀ ବିଧାୟକ ପିତମ ପାଢ଼ୀ ଯୋଗଦେଇଥିଲେ। ସେ ତାଙ୍କ ବକ୍ତବ୍ୟରେ କହିଥିଲେ, ଚଳିତ ବର୍ଷ ଦିଲ୍ଲୀର ଏକ କମ୍ପାନୀ କୋ ରିଟ୍ରିଟ୍‌ର ଦାୟିତ୍ୱ ନେଇଛି। ଏହାର ସାଜସଜ୍ଜା ବେଶ୍‌ ମନଲୋଭା ହୋଇଛି। ଏହା ଦେଶ ବିଦେଶର କୋଣ ଅନୁକୋଣରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ପୁଟସିଲର ଇକୋ ରିଟ୍ରିଟ୍‌ ବିଶ୍ୱ ଦରବାରରେ ଜିଲା ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବ। ଗତବର୍ଷ ଆତିଥ୍ୟ ସେବାରେ ବିଫଳ ହୋଇଥିବାରୁ ଏନେଇ ପର୍ଯ୍ୟଟକଙ୍କ ମନରେ ଥିବା ଧାରଣାରେ ପରିବର୍ତ୍ତନ ଆଣିବାକୁ ସେ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଭାବେ ସିଡିଓ ଗୌରଇସ ସଲ୍‌ୱାର ଯୋଗଦେଇ କହିଲେ, ଏହାଦ୍ୱାରା ସ୍ଥାନୀୟ ଯୁବପିଢ଼ି କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅନ୍ୟତମ ଅତିଥି ରୂପେ ପଟ୍ଟାଙ୍ଗୀ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ବ୍ଲକ ଅଧ୍ୟକ୍ଷା ଲିଲି ଅଣ୍ଟାବିରିଆ, ଉପାଧ୍ୟକ୍ଷ ଶିବା ବାଙ୍ଗାରି, ଦୁଧାରି ସରପଞ୍ଚ ମାଧବ ନନ୍ଦିବାଲି, ବ୍ଲକ ସଭାପତି ରାମ ଅଣ୍ଟାବିରିଆଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସେମିଳିଗୁଡ଼ା ବିଡିଓ ସବ୍ୟସାଚୀ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପର୍ଯ୍ୟଟନ ଅଧକାରୀ ତାଲିନା ପ୍ରଧାନୀ ଧନ୍ୟବାଦ ଦେଇଥିଲେ । ସୂଚନାଯୋଗ୍ୟ, ଚଳିତ ବର୍ଷ ପୁଟସିଲରେ ଖୋଲାଯାଇଥିବା ଇକୋ ରିଟ୍ରିଟ୍‌ ପରିଚାଳନା ଦାୟିତ୍ୱ ଦିଲ୍ଲୀର ବାଲାଜୀ ଏକଜିମ ନାମକ ସଂସ୍ଥା ନେଇଛି। ଏଠାରେ ୨୮ଟି କଟେଜ ନିର୍ମାଣ ହୋଇଛି। ସେଥିରେ ୫ଟି ପ୍ରିମିୟମ କଟେଜ ଥିବା ବେଳେ ଅନ୍ୟ ୨୩ଟି ଡିଲକ୍ସ କଟେଜ ରହିଛି । ଫଳରେ ପର୍ଯ୍ୟଟକଙ୍କୁ ୫ ତାରକା ହୋଟେଲର ସମସ୍ତ ସୁବିଧା ମିଳିବ ା


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri