Posted inରାଜ୍ୟ

‘ଅଭିଯୁକ୍ତ ମନ୍ତ୍ରୀଙ୍କୁ ଗିରଫ କର’

ଭୁବନେଶ୍ୱର, /କଟକ ଅଫିସ୍‌/ନିଶ୍ଚିନ୍ତକୋଇଲି/ମାହାଙ୍ଗା/ ସାଲେପୁର,୪ା୧: କଟକ ଜିଲା ମାହାଙ୍ଗା ବ୍ଲକର ନୃତାଙ୍ଗରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ୧୩ତମ ଅଭିଯୁକ୍ତ ଆଇନମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରତାପ ଜେନା ଓ ଅନ୍ୟ ୧୨ ଅଭିଯୁକ୍ତଙ୍କୁ ଗିରଫ କର। ଭାଜପା ପକ୍ଷରୁ ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ଏହି ଦାବି କରିଛନ୍ତି। ପୃଥ୍ବୀରାଜ କହିଛନ୍ତି, ଗତ ୨ ତାରିଖରେ ଘଟିଥିବା ମାହାଙ୍ଗା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରା ନ ଗଲେ ଆଗାମୀ ଦିନରେ ହେବାକୁ ଥିବା ଆନ୍ଦୋଳନ ଭୟାବହ ରୂପ ନେବ। ଶାସକ ବିଜେଡିକୁ କାଠଗଡ଼ାରେ ଠିଆ କରାଇବା ପାଇଁ ଭାଜପା ଲଢେଇକୁ ଜାରି ରଖିବ। ଅଭିଯୁକ୍ତ ମନ୍ତ୍ରୀ ଜେନା ନିଜ ପଦରୁ ଇସ୍ତଫା ଦିଅନ୍ତୁ, ନଚେତ୍‌ ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରିମଣ୍ଡଳରୁ ତୁରନ୍ତ ବହିଷ୍କାର କରନ୍ତୁ ବୋଲି ପୃଥ୍ବୀରାଜ ଦାବି କରିଛନ୍ତି। ମନ୍ତ୍ରୀ ଜେନାଙ୍କ ଇସ୍ତଫା ଦାବିରେ ମଙ୍ଗଳବାର ଭାଜପା ଯୁବମୋର୍ଚ୍ଚା ରାଜ୍ୟର ସବୁ ଥାନା ଆଗରେ ବିକ୍ଷୋଭ କରିବ। ସେହିପରି ଆସନ୍ତା ୬ ତାରିଖରେ ସମସ୍ତ ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯିବ। ପୋଲିସ ବିଭାଗର ନିଷ୍କ୍ରିୟତା ବିରୋଧରେ ଆସନ୍ତା ୮ ତାରିଖରେ ପୋଲିସ ମହାନିର୍ଦ୍ଦେଶକ(ଡିଜିପି)ଙ୍କ କାର୍ଯ୍ୟାଳୟକୁ ଘେରାଉ ସାଙ୍ଗକୁ ବିକ୍ଷୋଭ କରାଯିବ ବୋଲି ପୃଥ୍ବୀରାଜ କହିଛନ୍ତି। ଅନ୍ୟପକ୍ଷରେ ନିଜେ ଅଭିଯୁକ୍ତ ଥିବା ମନ୍ତ୍ରୀ ଜେନା ଅଭିଯୋଗକୁ ଖଣ୍ଡନ କରିବା ସହ ହତ୍ୟା ଘଟଣାରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି।
ନିହତ ଭାଜପା ନେତା କୁଳମଣିଙ୍କ ପୁଅ ରମାକାନ୍ତ ବରାଳଙ୍କ ଅଭିଯୋଗ କ୍ରମେ ମାହାଙ୍ଗା ଥାନାରେ ମନ୍ତ୍ରୀ ଜେନାଙ୍କ ସମେତ ୧୩ ଜଣଙ୍କ ନାମରେ ଆଇପିସି ଦଫା ୧୨୦-ବି, ୧୪୭, ୧୪୮, ୧୪୯, ୩୦୨, ୫୦୬ ଏବଂ ଆମର୍‌ସ ଆକ୍ଟ ୨୫ ଓ ୨୭ ଅନୁଯାୟୀ ୫/୨୧ ନମ୍ବରରେ ଏକ ମାମଲା ରୁଜୁ ହୋଇଛି। ଡିଆଇଜି ଆଶିଷ କୁମାର ସିଂ ଓ କଟକ ଗ୍ରାମାଞ୍ଚଳ ଏସ୍‌ପି ବି.ଯୁଗଳ କିଶୋର ସୋମବାର ପୂର୍ବାହ୍ନରେ ଥାନାରେ ପହଞ୍ଚତ୍ ତଦନ୍ତର ସମୀକ୍ଷା କରିଛନ୍ତି।
ପୃଥ୍ବୀରାଜ କହିଛନ୍ତି, ବିରୋଧୀଙ୍କ କଣ୍ଠରୋଧ କରିବା ପାଇଁ ହତ୍ୟା ଭଳି ଘୃଣ୍ୟ କାର୍ଯ୍ୟ କରିବାକୁ ଶାସକ ବିଜେଡି ପଛାଉନାହିଁ। ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବା ନେଇ ଭାଜପା ବାରମ୍ବାର ଅଭିଯୋଗ କରିଆସୁଛି। ଏକ ଦାୟିତ୍ୱପୂର୍ଣ୍ଣ ବିରୋଧୀ ଦଳ ଭାବେ ଭାଜପା ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ ଲଢେଇକୁ ଜାରି ରଖିବା ସହ ପ୍ରତିହିଂସାପରାୟଣ ସାଜିଥିବା ଶାସକ ବିଜେଡିର ଦମନମୂଳକ କାର୍ଯ୍ୟକୁ ବିରୋଧ କରିବ ବୋଲି ପୃଥ୍ବୀରାଜ କହିଛନ୍ତି।
ମନ୍ତ୍ରୀ ଜେନାଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଭାଜପା ପକ୍ଷରୁ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ଶୋଭାଯାତ୍ରା କରାଯାଇଥିଲା। ଭାଜପା କର୍ମୀମାନେ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ତାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ମାହାଙ୍ଗାରେ ଭାଜପା କର୍ମୀମାନେ ସ୍ଥାନୀୟ ବରପୁତ୍ର ଭବନରୁ ଶୋଭାଯାତ୍ରାରେ ବାହାରି ବ୍ଲକ କାର୍ଯ୍ୟାଳୟରେ ବିକ୍ଷୋଭ କରିଥିଲେ। ସେଠାରେ କର୍ମୀମାନେ ମନ୍ତ୍ରୀ ଜେନାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଭାଜପା ନେତା ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ କଟକ ଜିଲା ମହିଳା ସଭାନେତ୍ରୀ ଯାଜ୍ଞସେନୀ ଜେନା, ନିର୍ମଳ ରାଉତ, ଜିତେନ୍ଦ୍ର ଶତପଥୀ ଓ କିଶୋର କୁମାର ରାଉତ ପ୍ରମୁଖ ଏଥିରେ ସାମିଲ ହୋଇଥିଲେ। ନିଶ୍ଚିନ୍ତକୋଇଲି ବ୍ଳକରେ ମଣ୍ଡଳ ସଭାପତି କୈଳାସ ବେହେରା, ଅଶୋକ ସାହୁ ଓ ନାରୀନେତ୍ରୀ କଲ୍ୟାଣୀ ସେଠୀଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ବଉଳବଜାରରୁ ବାହାରି ବସ୍‌ଷ୍ଟାଣ୍ଡ ନିକଟରେ ପହଞ୍ଚତ୍ ମନ୍ତ୍ରୀ ଜେନାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ସେହିପରି ସାଲେପୁର ବ୍ଲକ ବରିଷ୍ଠ ଭାଜପା ନେତା କୁଞ୍ଜମୋହନ ସେଠୀଙ୍କ ଆହ୍ବାନକ୍ରମେ ସମ୍ରାଟ କେଶରୀ ଲେଙ୍କା, ସରୋଜ କର, ପ୍ରିୟବ୍ରତ ମହାପାତ୍ର, ଭାନୁ କୁମାରଙ୍କ ନେତୃତ୍ୱରେ ଭାଜପା କର୍ମୀମାନେ ସାହେଶ୍ୱରୀ ମନ୍ଦିରରୁ ଶୋଭାଯାତ୍ରାରେ ଯାଇ ବିଜୁ ପଟ୍ଟନାୟକ ଛକ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେଠାରେ କର୍ମୀମାନେ ମନ୍ତ୍ରୀ ଜେନାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଭାଜପା କଟକ ନଗର ଶାଖା ପକ୍ଷରୁ ବାଦାମବାଡ଼ି ଟ୍ରାଫିକ ଛକଠାରେ ମନ୍ତ୍ରୀ ଜେନାଙ୍କ କୁଶପୁତ୍ତିଳକା ଦାହ କରାଯାଇଥିଲା। ନଗର ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭରେ ରାଜ୍ୟ ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ସିକନ୍ଦର ଅଲ୍ଲୀ, ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ରଶ୍ମିରେଖା ଦାସ, ଶ୍ରୀତମ ଦାସ, ବିଶ୍ୱରଞ୍ଜନ ମିଶ୍ର, ସବ୍ୟସାଚୀ ମହାପାତ୍ର, ସ୍ମୃତିରଞ୍ଜନ ମିଶ୍ର, ନନ୍ଦକିଶୋର ଜେନା, ଦେବାନନ୍ଦ ସିଂ ଓ କଳ୍ପନା ପଟ୍ଟନାୟକ ପ୍ରମୁଖ ସାମିଲ ହୋଇଥିଲେ। ସେହିପରି ଭୁବନେଶ୍ୱର ଜିଲା ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିକ୍ଷୋଭ କରାଯାଇଥିଲା। ଏଥିରେ ବହୁ ବରିଷ୍ଠ ନେତା ଓ କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri