Posted inଜାତୀୟ

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଗିରଫ କର, କୁକି ଉଗ୍ରବାଦୀଙ୍କ ସହ ସମ୍ପର୍କ ଥିବା ଅଭିଯୋଗ ଆଣିଲା କଂଗ୍ରେସ…

ଗୁଆହାଟୀ,୨୧।୬ : ଜାତିଆଣ ହିଂସାର ନିଆଁରେ ଜଳୁଥିବା ମଣିପୁରରେ ସଶସ୍ତ୍ର ବାହିନୀର ଉପସ୍ଥିତି ସତ୍ତ୍ୱେ ପରିସ୍ଥିତି ଏବେ ବି ଉତ୍ତେଜନାପୂର୍ଣ୍ଣ ରହିଛି। ଏହି ସମୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କୁ ଗିରଫ କରିବାକୁ କଂଗ୍ରେସ ଦାବି କରିଛି। କୁକି ଉଗ୍ରବାଦୀଙ୍କ ସହ ତାଙ୍କର ସମ୍ପର୍କ ଥିବା ଅଭିଯୋଗ କଂଗ୍ରେସ କରିଛି। ତେବେ କୁକି ଉଗ୍ରବାଦୀ ଗୋଷ୍ଠୀ ସହ ତାଙ୍କ ବିରୋଧରେ ଲିଙ୍କ ଥିବା ଅଭିଯୋଗକୁ ହିମନ୍ତ ଖଣ୍ଡନ କରିଛନ୍ତି। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ମିଥ୍ୟା ବୋଲି ସେ କହିଛନ୍ତି।

ଆସାମର ପ୍ରଦେଶ ମହିଳା କଂଗ୍ରେସ ସଭାପତି ମେରା ବୋରଠାକୁର ଗୋସ୍ବାମୀଙ୍କ ଅଭିଯୋଗ ପରେ ହିମନ୍ତ ବିଶ୍ୱ ଶର୍ମାଙ୍କ ଏହି ବିବୃତ୍ତି ଆସିଛି। ଗୋସ୍ବାମୀ ଅଭିଯୋଗ କରିଛନ୍ତି କୁକି ଉଗ୍ରବାଦୀଙ୍କ ଏକ ଦଳ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ୨୦୧୭ ମଣିପୁର ବିଧାନସଭା ନିର୍ବାଚନରେ ସେମାନେ ଭାଜପାକୁ ସାହାଯ୍ୟ କରିଛନ୍ତି।

ଆସାମର ସିଏମଙ୍କ ଦ୍ୱାରା ପ୍ରକାଶିତ ଏକ ବିବୃତ୍ତିରେ କୁହାଯାଇଛି ନିକଟରେ ମଣିପୁରର କିଛି ଅଣ୍ଡରଗ୍ରାଉଣ୍ଡ ନେତାଙ୍କ ସହ ଲିଙ୍କ ସମ୍ପର୍କରେ କିଛି ଭିତ୍ତିହୀନ ଅଭିଯୋଗ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କରାଯାଇଛି। ସେ କହିଛନ୍ତି ଆମେ ଏପରି କୌଣସି ଉପାଦାନ ସହିତ ଜଡିତ ନୁହଁ। ରିପୋର୍ଟ ଅନୁଯାୟୀ ମେରା ଗୋସ୍ବାମୀ ଏହି ଅଭିଯୋଗ ସମ୍ପର୍କରେ ରାଜ୍ୟ ଡିଜିପିଙ୍କ ନିକଟରେ ଏକ ସ୍ମାରକପତ୍ର ଦାଖଲ କରିଛନ୍ତି। ଯେଉଁଥିରେ ଏହି ଅଭିଯୋଗର ଯାଞ୍ଚ କରାଯାଉ ବୋଲି ଦାବି କରାଯାଇଛି।

ଆସାମ କଂଗ୍ରେସ ସଭାପତି ଭୁପେନ ବୋରାହ ଦାବି କରିଛନ୍ତି କୁକି ଉଗ୍ରବାଦୀଙ୍କ ସହାୟତା ନେଇଥିବାରୁ ହିମନ୍ତ ବିଶ୍ୱ ଶର୍ମାଙ୍କୁ ଏନଏସଏ ଅଧୀନରେ ଗିରଫ କରାଯାଉ। ରିପୋର୍ଟ ଅନୁଯାୟୀ ଶର୍ମା ଜୁନ ୧୧ରେ ମଣିପୁର ଗସ୍ତ ସମୟରେ କୁକି ସମ୍ପ୍ରଦାୟର କିଛି ଉଗ୍ରବାଦୀ ସଂଗଠନର ପ୍ରତିନିଧୀଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri