Posted inଜାତୀୟ

‘ୟୁଏପିଏରେ ଗିରଫ ଏକ ଚକ୍ରାନ୍ତ’

ନୂଆଦିଲ୍ଲୀ, ୨୪ା୮: ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଘଟଣାରେ ଷଡ଼ଯନ୍ତ୍ର କରାଯାଇ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ପୂର୍ବତନ ଛାତ୍ରନେତା ଉମର ଖଲିଦ୍‌ଙ୍କୁ ଗିରଫ କରାଯାଇଥିଲା ବୋଲି ସୋମବାର ଦିଲ୍ଲୀର ଏକ ଅଦାଲତରେ ତାଙ୍କ ଓକିଲ କହିଛନ୍ତି। ବେଆଇନ କାର୍ଯ୍ୟକଳାପ ନିରୋଧୀ ଆଇନ (ୟୁଏପିଏ)ରେ ଗିରଫ ଖଲିଦଙ୍କୁ ଅଭିଯୁକ୍ତ ଆଖ୍ୟା ଦେବାକୁ ଯାଇ ପୋଲିସ କରିଥିବା ଦାବିରେ ଅନେକ ବିରୋଧାଭାସ ରହିଛି। ତାଙ୍କୁ ଫସାଇବା ପାଇଁ ଏହା ଏକ ଚକ୍ରାନ୍ତ। ମିଡିଆ ମାଧ୍ୟମରେ ତାଙ୍କୁ ଅଭିଯୁକ୍ତ ଦର୍ଶାଯାଇଛି। ତାଙ୍କ ଭାଷଣର ଏକ ଏଡିଟେଡ୍‌ ଭିଡିଓକୁ ପ୍ରସାରିତ କରାଯାଇଛି, ଯାହାକୁ ପ୍ରଥମେ ଭାଜପା ନେତା ଅମିତ ମାଲଭିୟ ଟୁଇଟ୍‌ କରିଥିଲେ ବୋଲି ଖଲିଦ୍‌ଙ୍କ ଓକିଲ କହିଛନ୍ତି।
ଫେବୃୟାରୀରେ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗାରେ ୫୩ ଜଣଙ୍କ ମୃତ୍ୟୁ ଘଟିବା ସହ ୭ ଶହରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ।
ଖଲିଦ୍‌ ଗାନ୍ଧିଜୀ ଏବଂ ଗଣତାନ୍ତ୍ରିକ ଶକ୍ତି ବିଷୟରେ କହିଥିବାବେଳେ ମନଗଢ଼ା କାହାଣୀ ରଚାଯାଇ ଖଲିଦ୍‌ଙ୍କୁ ଫସାଯାଇଥିବା ତାଙ୍କ ଓକିଲ ଭାଷଣର ଭିଡିଓ କ୍ଲିପ୍‌ ଉପସ୍ଥାପନ କରି କହିଛନ୍ତି। ଗତ ଏପ୍ରିଲରେ ଖଲିଦ୍‌ଙ୍କ ସମେତ ଜେଏନ୍‌ୟୁ ଛାତ୍ରୀ ନତାଶା ନରଓ୍ବାଲ ଏବଂ ଦେବାଙ୍ଗନା କଲିତା, ଜାମିଆ ସମନ୍ବୟ କମିଟି ସଦସ୍ୟ ସଫୋରା ଜରଗ୍‌, ଏଏପିର ପୂର୍ବତନ କାଉନସିଲର ତାହିର ହୁସେନଙ୍କ ସମେତ ଅନ୍ୟ କେତେଜଣଙ୍କୁ ୟୁଏପିଏ ଅଧୀନରେ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri