ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ ବ୍ୟବସାୟ ବିବାଦକୁ ନେଇ ରୁଜୁ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରୀ ୫ରେ ଆରମ୍ଭ ହେବାକୁ ଥିବା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି।
ବିବରଣୀ ଅନୁଯାୟୀ, ଜଲ୍‌ଧି ଓଭରସିଜ ପିଟିଇ ଲିମିଟେଡ ସଂସ୍ଥା ପକ୍ଷରୁ ଏମ୍‌ଭି ଦି’ ପାଟ୍ରୋନ (ଆଇଏମ୍‌ଓ ୯୪୮୧୪୩୯) ନାମକ ଜାହାଜ ବିରୋଧରେ ୨,୦୨,୦୦୦ ଆମେରିକୀୟ ଡଲାର ଅର୍ଥ ଦାବି କରି ଆବେଦନକାରୀ ସଂସ୍ଥା ହାଇକୋର୍ଟରେ ଏକ ମାମଲା ରୁଜୁ କରିଛି। ଜାହାଜଟି ଖୁବଶୀଘ୍ର ପାରାଦୀପ ବନ୍ଦର ଛାଡ଼ି ଚାଲିଯାଇପାରେ ବୋଲି ଆବେଦନକାରୀ ଦର୍ଶାଇବା ସହିତ ମାମଲାର ଜରୁରୀ ଶୁଣାଣି ପାଇଁ ନିବେଦନ କରିଥିଲେ। ପାରାଦୀପ ବନ୍ଦରରୁ ଜାହାଜ ଅନ୍ୟତ୍ର ଚାଲିଗଲେ ମାମଲା ଅପ୍ରାସଙ୍ଗିକ ହୋଇଯିବ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା। ଏହାପରେ ଅବକାଶକାଳୀନ ଖଣ୍ଡପୀଠ ଶୁକ୍ରବାର ଅପରାହ୍ନ ୪ଟା ୪୫ରେ ମାମଲାର ଶୁଣାଣି କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri