ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ ବ୍ୟବସାୟ ବିବାଦକୁ ନେଇ ରୁଜୁ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରୀ ୫ରେ ଆରମ୍ଭ ହେବାକୁ ଥିବା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି।
ବିବରଣୀ ଅନୁଯାୟୀ, ଜଲ୍‌ଧି ଓଭରସିଜ ପିଟିଇ ଲିମିଟେଡ ସଂସ୍ଥା ପକ୍ଷରୁ ଏମ୍‌ଭି ଦି’ ପାଟ୍ରୋନ (ଆଇଏମ୍‌ଓ ୯୪୮୧୪୩୯) ନାମକ ଜାହାଜ ବିରୋଧରେ ୨,୦୨,୦୦୦ ଆମେରିକୀୟ ଡଲାର ଅର୍ଥ ଦାବି କରି ଆବେଦନକାରୀ ସଂସ୍ଥା ହାଇକୋର୍ଟରେ ଏକ ମାମଲା ରୁଜୁ କରିଛି। ଜାହାଜଟି ଖୁବଶୀଘ୍ର ପାରାଦୀପ ବନ୍ଦର ଛାଡ଼ି ଚାଲିଯାଇପାରେ ବୋଲି ଆବେଦନକାରୀ ଦର୍ଶାଇବା ସହିତ ମାମଲାର ଜରୁରୀ ଶୁଣାଣି ପାଇଁ ନିବେଦନ କରିଥିଲେ। ପାରାଦୀପ ବନ୍ଦରରୁ ଜାହାଜ ଅନ୍ୟତ୍ର ଚାଲିଗଲେ ମାମଲା ଅପ୍ରାସଙ୍ଗିକ ହୋଇଯିବ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା। ଏହାପରେ ଅବକାଶକାଳୀନ ଖଣ୍ଡପୀଠ ଶୁକ୍ରବାର ଅପରାହ୍ନ ୪ଟା ୪୫ରେ ମାମଲାର ଶୁଣାଣି କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri