ତିଲେଇବଣି ବିଡିଓଙ୍କୁ ଗିରଫ କର

ଦେବଗଡ଼,୭ା୫(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ଗିରଫଦାରିର ପ୍ରତିବାଦ କରିଛି ଭାଜପା। ବିଡିଓ ଦଳପତିଙ୍କୁ ଗିରଫ ଦାବିରେ ରାଜ୍ୟ ଭାଜପାର ଆହ୍ବାନ କ୍ରମେ ଭାଜପା ପକ୍ଷରୁ ରାଜ୍ୟର ସମସ୍ତ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨ ଘଣ୍ଟିଆ ଧାରଣା ଦିଅଯାଇଥିଲା। ଏହି ପରିପ୍ରେକ୍ଷୀରେ ଦେବଗଡ ଜିଲା ଭାଜପା ପକ୍ଷରୁ ମଧ୍ୟ ଦେବଗଡ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଦେବଗଡ଼ ଜିଲା ଭାଜପା ସଭାପତି ମୀନକେତନ ପ୍ରଧାନ, ଜିଲା ମହିଳା ଭାଜପା ସଭାନେତ୍ରୀ ବିଳାସିନୀ ଥାପ୍ପା, ଜିଲା ସାଧାରଣ ସମ୍ପାଦକ ସଚ୍ଚିକାନ୍ତ ଦାଶ ଓ ସମୀର କୁମାର ସାହୁ, ଜିଲା ଉପସଭାପତି ଭାରତ ଭୂଷଣ ପ୍ରଧାନ, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ସାହୁ, ଜିଲା ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ତଥା ଉପନଗରପାଳ ପ୍ରଜିତ କୁମାର ଭୋଜ, ଜିଲା ଭାଜପା ଯୁବ ମୋର୍ଚ୍ଚା ସଭାପତି ସନ୍ତୋଷ କୁମାର ଭୂତିଆ, ଭାଜପା ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁଧିର କୁମାର ବ୍ରହ୍ମା, ନଗର ସଭାପତି ଦିବ୍ୟଶଙ୍କର ଖୁଣ୍ଟିଆ, ସାଧାରଣ ସମ୍ପାଦକ ଜଗନ୍ନାଥ ବେହେରା, ନଗର ସମ୍ପାଦକ ରମଣୀରଞ୍ଜନ ଆଚାର୍ଯ୍ୟ ଓ ବରିଷ୍ଠ ନେତା ରୋହିତ ଗଙ୍ଗଦେବଙ୍କ ନେତୃତ୍ୱରେ ଜିଲାର ବିଭିନ୍ନ ପ୍ରାନ୍ତରରୁ ବହୁ ଭାଜପା ନେତା ଓ କର୍ମୀ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଦେବଗଡ଼ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ଏହି ଅବସରରେ ବିଡିଓ ଦଳପତିଙ୍କୁ ଗିରଫ ଦାବିରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏସ୍‌ପି ରାଜକିଶୋର ପାଇକରାୟଙ୍କୁ ଦଳ ପକ୍ଷରୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା ା ଏହି ଧାରଣାରେ କାଉନଶିଲର ମଧୁସୂଦନ ବାଘ, ସରୋଜିନୀ ମୁଣ୍ଡା, କାର୍ତ୍ତିକ ମହାକୁଳ, ପିଙ୍କିରାଣୀ ସାହୁ, ଇତିଶ୍ରୀ ମିଶ୍ର, ବିରଞ୍ଚତ୍ ବେହେରା, ପିଲୁ ନାୟକ ଓ ରିତେଶ ନାୟକଙ୍କ ସମେତ ବହୁ ନେତା ଓ କର୍ମୀ ଅଂଶଗ୍ରହଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri