ହାଜତରୁ ଖସି ରହୁଥିଲେ ଜଙ୍ଗଲରେ, ଧରାପଡିଲେ ୩ ବର୍ଷ ପରେ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର ସମେତ ପଡ଼ୋଶୀ ଜିଲାରେ ପୋଲିସର ନିଦ ହଜାଇଥିବା କୁଖ୍ୟାତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ ଟିମାଙ୍କୁ ପୋଲିସ ଗିରଫ କରିଛି। ୩ ବର୍ଷ ତଳେ ସେ ମୟୁରଭଞ୍ଜ ପୋଲିସ ହେପାଜତରୁ ଫେରାର ହୋଇଯାଇଥିଲେ। ଏହାସହ ତାଙ୍କର ଦୁଇଜଣ ସହଯୋଗୀଙ୍କୁ ମଧ୍ୟ ପୋଲିସ ଧରିଛି। ସେମାନେ ହେଲେ ଯୁଯୁମୁରା ଥାନା ବଡମାଲ ଗ୍ରାମର ପ୍ରମୋଦ କୁମାର ବେହେରା ଓ ରବୀନ୍ଦ୍ର ଧରୁଆ। ଅଭିଯୁକ୍ତମାନଙ୍କ ନିକଟରୁ ଲୁଟ୍‌ ହୋଇଥିବା ଲାପ୍‌ଟପ୍‌, ଟାବ୍‌ଲେଟ, ୧୦ଟି ମୋବାଇଲ ଫୋନ, ୪ ହଜାର ନଗଦ ଟଙ୍କା ଜବତ ହୋଇଥିବା ଏସ୍‌ପି ଅଫିସ ପରିସରରେ ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବାତୁଲା ଗଙ୍ଗାଧର ଏହି ସୂଚନା ଦେଇଛନ୍ତି।

ପ୍ରାୟ ୧୦ବର୍ଷ ହେବ ଟିମା ବିଭିନ୍ନ ଜିଲାରେ ଆପରାଧିକ କାର୍ଯ୍ୟରେ ସମ୍ପୃକ୍ତ ରହିଥିଲେ। ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ କରିବା ତାଙ୍କର ମୁଖ୍ୟ ଟାର୍ଗେଟ ଥିଲା। ମାରପିଟ, ଦାଦାବଟି ଅସୁଲି ଓ କୁଚିଣ୍ଡା ଅଞ୍ଚଳରେ ବନ୍ଧୁକ ଦେଖାଇ ଭୟଭୀତ କରିବା ଅଭିଯୋଗରେ ୨୦୧୮ରେ ତାଙ୍କୁ ଗିରଫ କରାଯାଇଥିଲା। ରିମାଣ୍ଡରେ ନେବା ସମୟରେ ମୟୁରଭଞ୍ଜ ପୋଲିସ ହେପାଜତରୁ ସେ ଫେରାର ହୋଇ ୪ ଜିଲାର ପୋଲିସକୁ ନାକେଦମ କରି ରଖିଥିଲେ। ଘରକୁ ଯିବାଆସିବା କମ୍‌ କରୁଥିବାବେଳେ ସ୍ଥାନୀୟ ଜଙ୍ଗଲରେ ରହୁଥିଲେ। ତେଣୁ ପୋଲିସକୁ ଧରିବାରେ କଷ୍ଟକର ହେଉଥିଲା। ଏଥିପାଇଁ ଗଠନ ହୋଇଥିବା ପୋଲିସ ଟିମ୍‌ ତାଙ୍କ ଗଁା ପାଖରେ ଭଡା ଘର ନେଇ ରହୁଥିଲା। ଏହି ଟିମ୍‌ ପ୍ରାୟ ୩ ମାସ ହେଲା ଅଭିଯୁକ୍ତଙ୍କ ଗ୍ରାମ ତଥା ଆଖପାଖ ଗ୍ରାମରେ ପହରା ଦେଉଥିଲା। ଗୁରୁବାର ରାତିରେ ସେ ଗଁାକୁ ଆସିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ପୋଲିସ ଟିମ୍‌ ଚଢାଉ କରି ତାଙ୍କୁ ଗିରଫ କରିଥିଲା। ଅଭିଯୁକ୍ତଙ୍କ ନାମରେ ଯୁଯୁମୁରା, ଧମା, ଶାସନ, ସଦର, ମହୁଲପାଲି, ଠେଲକୋଲି, ଅଇଁଠାପାଲି, ରେଢାଖୋଲ ଥାନା ସମେତ ବଲାଙ୍ଗୀର ଜିଲା, ଝାରସୁଗୁଡ଼ା ଜିଲା, ମୟୁରଭଞ୍ଜ ଜିଲାର ବିଭିନ୍ନ ଥାନାରେ ମାମଲା ରହିଛି। କିଛିଦିନ ପୂର୍ବରୁ ସେ ଯୁଯୁମୁରା ଓ ଧମା ଥାନା ଅଞ୍ଚଳରେ ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କଠାରୁ ଟଙ୍କା ଓ ଅନ୍ୟ ସାମଗ୍ରୀ ଲୁଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri