ଗିରଫ ହେଲେ ଆର୍‌ଡି ସହକାରୀ ଯନ୍ତ୍ରୀ

ଉମରକୋଟ,୧୭।୧: ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡ଼ିବା ଘଟଣାରେ ଉମରକୋଟ ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗର ସହକାରୀ ଯନ୍ତ୍ରୀ ଅସିତ କୁମାର ପାତ୍ର ରବିବାର ଗିରଫ ହୋଇଛନ୍ତି। ନବରଙ୍ଗପୁର ପୋଲିସ ତାଙ୍କୁ ଗିରଫ କରି ଉମରକୋଟ ପୋଲିସକୁ ହସ୍ତାନ୍ତର କରିଛି। ସୂଚନାଯୋଗ୍ୟ, ୧୦ତାରିଖ ସନ୍ଧ୍ୟାରେ ନିର୍ମାଣାଧୀନ ବିଜୁ ସେତୁର ଏକ ସ୍ଲାବ୍‌ ଭୁଶୁଡ଼ି ପଡ଼ିବାରୁ ଗ୍ରାମ୍ୟ ଉନ୍ନୟନ ବିଭାଗର ୪ର୍ଥ ଶ୍ରେଣୀ କର୍ମଚାରୀ ମହେନ୍ଦ୍ର ମାଳୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଅନ୍ୟ ୩ ଜଣ ଆହତ ହୋଇଥିଲେ। ଉନ୍ନୟନ କମିଶନର ପ୍ରଦୀପ ଜେନା ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସୁନାବେଡ଼ା ଅଧୀକ୍ଷଣ ଯନ୍ତ୍ରୀ ପି. କେ. ଜେନା ଘଟଣାର ପ୍ରାଥମିକ ତଦନ୍ତ କରିଥିଲେ। ପରବର୍ତ୍ତୀ ସମୟରେ ଇଞ୍ଜିନିୟର ଇନ୍‌ ଚିଫ୍‌ ସୁରେଶ ମିଶ୍ର, ମୁଖ୍ୟ ଯନ୍ତ୍ରୀ ଅକ୍ଷୟ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ପୁଙ୍ଖାନୁପୁଙ୍ଖ ତଦନ୍ତ କରିଥିଲେ। ଉମରକୋଟ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ସନ୍ତୋଷ ସାମଲ ଏହି ଘଟଣାରେ ଠିକାଦାର ଆଶିଷ ବିଶ୍ବାଳ, କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ସାହୁ ଓ ସହକାରୀ ଯନ୍ତ୍ରୀ ଅସିତ କୁମାର ପାତ୍ରଙ୍କ ନାମରେ ଉମରକୋଟ ଥାନାରେ ଏତଲା ଦେଇଥିଲେ।  ରବିବାର ସକାଳେ ନବରଙ୍ଗପୁର ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ସହକାରୀ ଯନ୍ତ୍ରୀ ପାତ୍ରଙ୍କୁ ରାୟଗଡ଼ା ଜିଲାର ଟିକିରି ଅଞ୍ଚଳରୁ ଗିରଫ କରି ଉମରକୋଟ ଥାନା ଅଧିକାରୀଙ୍କୁ ହସ୍ତାନ୍ତର କରିଛି। ଏ ନେଇ ନବରଙ୍ଗପୁର ଥାନାଧିକାରୀ ତାରିକ୍‌ ଅହମ୍ମଦ ଏବଂ ଉମରକୋଟ ଏସ୍‌ଡିପିଓ ହେମନ୍ତ କୁମାର ପାଢ଼ୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri