ଗିରଫ ହେଲେ ଆର୍‌ଡି ସହକାରୀ ଯନ୍ତ୍ରୀ

ଉମରକୋଟ,୧୭।୧: ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡ଼ିବା ଘଟଣାରେ ଉମରକୋଟ ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗର ସହକାରୀ ଯନ୍ତ୍ରୀ ଅସିତ କୁମାର ପାତ୍ର ରବିବାର ଗିରଫ ହୋଇଛନ୍ତି। ନବରଙ୍ଗପୁର ପୋଲିସ ତାଙ୍କୁ ଗିରଫ କରି ଉମରକୋଟ ପୋଲିସକୁ ହସ୍ତାନ୍ତର କରିଛି। ସୂଚନାଯୋଗ୍ୟ, ୧୦ତାରିଖ ସନ୍ଧ୍ୟାରେ ନିର୍ମାଣାଧୀନ ବିଜୁ ସେତୁର ଏକ ସ୍ଲାବ୍‌ ଭୁଶୁଡ଼ି ପଡ଼ିବାରୁ ଗ୍ରାମ୍ୟ ଉନ୍ନୟନ ବିଭାଗର ୪ର୍ଥ ଶ୍ରେଣୀ କର୍ମଚାରୀ ମହେନ୍ଦ୍ର ମାଳୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଅନ୍ୟ ୩ ଜଣ ଆହତ ହୋଇଥିଲେ। ଉନ୍ନୟନ କମିଶନର ପ୍ରଦୀପ ଜେନା ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସୁନାବେଡ଼ା ଅଧୀକ୍ଷଣ ଯନ୍ତ୍ରୀ ପି. କେ. ଜେନା ଘଟଣାର ପ୍ରାଥମିକ ତଦନ୍ତ କରିଥିଲେ। ପରବର୍ତ୍ତୀ ସମୟରେ ଇଞ୍ଜିନିୟର ଇନ୍‌ ଚିଫ୍‌ ସୁରେଶ ମିଶ୍ର, ମୁଖ୍ୟ ଯନ୍ତ୍ରୀ ଅକ୍ଷୟ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ପୁଙ୍ଖାନୁପୁଙ୍ଖ ତଦନ୍ତ କରିଥିଲେ। ଉମରକୋଟ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ସନ୍ତୋଷ ସାମଲ ଏହି ଘଟଣାରେ ଠିକାଦାର ଆଶିଷ ବିଶ୍ବାଳ, କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ସାହୁ ଓ ସହକାରୀ ଯନ୍ତ୍ରୀ ଅସିତ କୁମାର ପାତ୍ରଙ୍କ ନାମରେ ଉମରକୋଟ ଥାନାରେ ଏତଲା ଦେଇଥିଲେ।  ରବିବାର ସକାଳେ ନବରଙ୍ଗପୁର ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ସହକାରୀ ଯନ୍ତ୍ରୀ ପାତ୍ରଙ୍କୁ ରାୟଗଡ଼ା ଜିଲାର ଟିକିରି ଅଞ୍ଚଳରୁ ଗିରଫ କରି ଉମରକୋଟ ଥାନା ଅଧିକାରୀଙ୍କୁ ହସ୍ତାନ୍ତର କରିଛି। ଏ ନେଇ ନବରଙ୍ଗପୁର ଥାନାଧିକାରୀ ତାରିକ୍‌ ଅହମ୍ମଦ ଏବଂ ଉମରକୋଟ ଏସ୍‌ଡିପିଓ ହେମନ୍ତ କୁମାର ପାଢ଼ୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri