ସୁନା ବିକିବାକୁ ଆସି ଧରାପଡ଼ିଲେ

ଗଞ୍ଜାମ,୧୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କରପଡା ଗ୍ରାମର ବୃନ୍ଦାବନ ଚାର୍ଟଙ୍କ ଘରୁ ଗତ ୨୮ ତାରିଖରେ ୨୧ ଭରି ସୁନା, ୧୦୦ ଭରି ରୁପା ସହ ନଗଦ ୧୦ ହଜାର ଟଙ୍କା ଚୋରି ହୋଇଥିଲା। ଏ ନେଇ ଗଞ୍ଜାମ ଥାନାରେ ଏକ (ନଂ.୧୧୨/୨୧) ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତମାନେ ସ୍ଥାନୀୟ ଅଞ୍ଚଳରେ କିଛି ସୁନା ବିକିବା ପାଇଁ ପ୍ରୟାସ କରିଥିଲେ। ଖବର ପାଇବା ପରେ ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ, ଚମାଖଣ୍ଡି ଓ ଛତ୍ରପୁର ଆଇଆଇସିଙ୍କୁ ନେଇ ଗଠିତ ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା।

ପୋଲିସ ଚଢାଉ ବେଳେ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଧରିବାରେ ସଫଳ ହୋଇଛି। ସୋମବାର ପୋଲିସ ସୁନା କିଣିଥିବା ୨ଜଣ ବ୍ୟକ୍ତିଙ୍କ ସମେତ ୮ ଜଣଙ୍କୁ ଗିରଫ କରିଛି। ଏ ନେଇ ଖବରଦାତା ସମ୍ମିଳନୀରେ ମଙ୍ଗଳବାର ଡିଏସପି ଶ୍ୟାମ ସୁନ୍ଦର ମହାପାତ୍ର ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ହେଲେ ବ୍ରହ୍ମପୁର ସଦର ଥାନା କୃପାସିନ୍ଧୁପୁର ଶାସନର ଆର୍‌.ସନ୍ତୋଷ, ଆର୍‌.ବିନେସ, ଟି.ବାଙ୍ଗରା, କବିସୂର୍ଯ୍ୟନଗର ବାଣନଈ ଖରିଡ଼ା ଗ୍ରାମର କୈବଲ୍ୟ ପାତ୍ର, ବ୍ରହ୍ମପୁର ସଦର ଥାନା ଜଗଦଳପୁର ଗ୍ରାମର ଏସ୍‌.ବିଜୟ ଓ ସୁନାରୁପା କିଣିଥିବା କୋଦଳା ଥାନା ଉସ୍ତଲିର ଭିକାରି ସାହୁ ଏବଂ ଖଲ୍ଲିକୋଟ ଥାନା ଭେଜିପୁଟ ନୂଆ ସାହିର ବିଷ୍ଣୁ ସାହୁ ଓ କାର ଡ୍ରାଇଭର ଟି.ଭିକାରୀ। ଏମାନଙ୍କ ନଁାରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି। ଏହାର ମାଷ୍ଟରମାଇଣ୍ଡ କୈବଲ୍ୟ ପାତ୍ର। ସେମାନଙ୍କ ଠାରୁ ୧୭୪ ଗ୍ରାମ ସୁନା, ୯୯.୬ ଗ୍ରାମ ରୁପା ସହ ବ୍ୟବହୃତ ଶାବଳ, କାର ଓ ବାଇକ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri