ଟୁଙ୍ଗୁରୁ ଭୋଳ ଗିରଫ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଜଣେ ମହିଳାଙ୍କୁ ବଳାତ୍କାର କରିବା ଓ ତାଙ୍କ ସହିତ ପ୍ରେମ ସମ୍ପର୍କିତ ଭିଡିଓ ଭାଇରାଲ କରିବା ଅଭିଯୋଗରେ ଆଲୋକ ଭୋଳ ଓରଫ ଟୁଙ୍ଗୁରୁଙ୍କୁ ଭରତପୁର ଥାନା ପୋଲିସ ଗୁରୁବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ତାଙ୍କ ଘର ଗଞ୍ଜାମ ଜିଲା ହିଞ୍ଜଳିକାଟୁ ଅଞ୍ଚଳରେ ହୋଇଥିବା ବେଳେ ସେ ଭୁବନେଶ୍ୱର ଆଇଗଣିଆ ଅଞ୍ଚଳର ଫୁଲେଶ୍ୱରୀ ବସ୍ତିରେ ରହୁଥିଲେ।

ସୂଚନାନୁସାରେ, ଟୁଙ୍ଗୁର ବାପା, ମା’ଙ୍କ ସହ ଫୁଲେଶ୍ୱରୀ ବସ୍ତିରେ ରହି ଅଟୋ ଚଳାନ୍ତି। ଭରତପୁର ଥାନା ଶରଧାପଲ୍ଳୀ ବସ୍ତିର ସୁଜୟନ୍ତି ଦିଗାଲ ଓରଫ ବର୍ଷା ଭୋଳ(୨୯)ଙ୍କୁ ଅଟୋରେ ନେବା ସମୟରେ ତାଙ୍କ ସହିତ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଏହା ଜାଣିବା ପରେ ବର୍ଷାଙ୍କ ସ୍ବାମୀ ତାଙ୍କୁ ଛାଡ଼ି ପଳାଇଥିଲେ। ପରେ ବର୍ଷା ଟୁଙ୍ଗୁରଙ୍କୁ ବିବାହ କରିବାକୁ ଜିଦ ଧରିଥିଲେ ମଧ୍ୟ ସେ ରାଜି ହୋଇ ନ ଥିଲେ।

ଶେଷରେ ବର୍ଷା ଫୁଲମାଳ, ସିନ୍ଦୂର ଏବଂ ଶଙ୍ଖା ଧରି ଭରତପୁର ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ଏହି ଘଟଣା ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ପରେ ଟୁଙ୍ଗୁରୁ ଭୋଳ ବର୍ଷାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିଥିଲେ। ଏନେଇ ସେ ଥାନାରେ ଅଭିଯୋଗ ହୋଇଥିଲା। ଅଗଷ୍ଟ ୧୦ ବିଳମ୍ବିତ ରାତିରେ ବର୍ଷାଙ୍କ ଘରକୁ ଯାଇ ବଳାତ୍କାର କରିଥିଲେ। ଏ ନେଇ ବର୍ଷା ଭରତପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ୩୪୧,୨୯୪, ୩୨୩, ୩୭୬ ,୫୦୬ ଏବଂ ୩୪ ଆଇପିସିରେ ମାମଲା ରୁଜୁ କରିଥିଲା। ଟୁଙ୍ଗୁରଙ୍କୁ ଦୁଇ ଦିନ ଧରି ଭରତପୁର ଥାନା ପୋଲିସ ଅଟକ ରଖିବା ପରେ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri