ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା ଡିଷ୍ଟ୍ରିକ୍ଟ ଆଣ୍ଡ ସେଶନ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।  ତାଙ୍କର ଜାମିନ ଆବେଦନ ନଂ ୩୪୨/୨୦୨୬ ରହିଛି। ଜାମିନ ମାମଲାର ପ୍ରଥମ ଶୁଣାଣି ପାଇଁ ୨୦ ଫେବୃୟାରୀ ୨୦୨୬କୁ ଦିନ ଧାର୍ଯ୍ୟ ହୋଇଛି।
ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଜଳକଳଙ୍ଗ ଗ୍ରାମର ସୁରେଶ୍ୱରୀଙ୍କୁ ଖଣ୍ଡଗିରି ପୋଲିସ ଗତ ଶନିବାର ସ୍ଥାନୀୟ ପୋଲିସ ସହାୟତାରେ ଗିରଫ କରିଥିଲା। ଚାକିରି ଦେବାକୁ କହି ସୁରେଶ୍ୱରୀ ୨୨ଲକ୍ଷ ଟଙ୍କା ଠକେଇ କରିଥିବା ଖଣ୍ଡଗିରି ଥାନାରେ ମାମଲା ନଂ ୪୬୫/୨୦୨୫ ରୁଜୁ ହୋଇଥିଲା l ଖଣ୍ଡଗିରି ଥାନା ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ଯେ ଠକେଇ କରାଯାଇଥିବା ଟଙ୍କା କେଉଁଠି ଲାଗିଛି ଏବଂ ଫାଉଣ୍ଡେଶନରେ ଟଙ୍କା ବିନିଯୋଗ ହୋଇଛି କି ନାହିଁ ସେ ନେଇ ଅନୁଧ୍ୟାନ ମଧ୍ୟ କରାଯିବ।

ଆନନ୍ଦପୁର ସିଭିଲ ସୋସାଇଟି ସମ୍ପାଦକ ଭଗବାନ ମଲିକ କହିଛନ୍ତି ଯେ ସମ୍ପୃକ୍ତ ଫାଉଣ୍ଡେସନର ଆୟ, ବ୍ୟୟ ଏବଂ ସମସ୍ତ ରେକର୍ଡ ପତ୍ରକୁ କେନ୍ଦୁଝର ଜିଲା ପ୍ରଶାସନ ଯାଞ୍ଚ ପାଇଁ ପଦକ୍ଷେପ ନେବା ଆବଶ୍ୟକ ଅଟେ l ତେବେ ଯାଇ ଫାଉଣ୍ଡେଶନର କାର୍ଯ୍ୟକଳାପ ଠାରୁ ଆରମ୍ଭ କରି ସମସ୍ତ ଘଟଣା ଜଣାପଡିବ। ଫାଉଣ୍ଡେଶନର ସଭାପତି ସ୍ଥାନୀୟ ବେତିରା ଗ୍ରାମର ଅବିନାଶ ତ୍ରିପାଠୀ କହିଛନ୍ତି ଯେ ମୋର ବ୍ୟବସାୟ ଅଛି। ସମାଜସେବା ପାଇଁ ମୁଁ ବିନା ଦରମାରେ ଫାଉଣ୍ଡେଶନର ସଭାପତି ଭାବେ ଗତ ୨ ବର୍ଷ ହେବ କାର୍ଯ୍ୟ କରୁଛି। ଫାଉଣ୍ଡେସନ ଅଧକ୍ଷାଙ୍କ ନାମରେ ମିଛ ମାମଲା ହୋଇଛି । ସମ୍ପୃକ୍ତ ମାମଲା ସହ ଫାଉଣ୍ଡେଶନର କୌଣସି ସମ୍ପର୍କ ନାହିଁ । ଅପର ପକ୍ଷେ  ଅନରୂପ ଭାବେ ସୁରେଶ୍ୱରୀଙ୍କ ନାମରେ ନନ୍ଦିପଦା ଥାନାରେ ଚାକିରି ଦେବାକୁ କହି ଅନ୍ୟ ଏକ ୧୫ ଲକ୍ଷ ଟଙ୍କାର ଠକେଇ ମାମଲା (ନଂ ୧୦୬/୨୦୨୫) ମଧ୍ୟ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?