Posted inଜାତୀୟ

ବିବାହ ଦିନ ଗିରଫ, ହାଜତରେ ଆଦିବାସୀ ଯୁବକଙ୍କ ମୃତ୍ୟୁ

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ଗୁନା ଜିଲାରେ ପାରଧି ଜନଜାତିର ଜଣେ ୨୫ ବର୍ଷୀୟ ଯୁବକଙ୍କର ପୋଲିସ ହାଜତରେ ମୃତ୍ୟୁ ଘଟିଛି। ଏହାକୁ ନେଇ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେବା ସହ ଯୁବକଙ୍କ ପରିବାରକୁ ନ୍ୟାୟ ଦାବିରେ ବିକ୍ଷୋଭ ଜୋର୍‌ଦାର ହୋଇଛି। ମୃତକ ଦେବ ପରଧିଙ୍କ ସମ୍ପର୍କୀୟମାନେ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉଥିଲେ। ମହିଳାମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପଶି ବିବସ୍ତ୍ର ପ୍ରତିବାଦ ଜଣାଇଥିଲେ। ପୋଲିସ ସେମାନଙ୍କୁ ଜିଲାପାଳଙ୍କ କାର୍ଯ୍ୟାଳୟରୁ ବାହାର କରିବାକୁ ଉଦ୍ୟମ କଲାବେଳେ ସେମାନଙ୍କ ସହ ସଂଘର୍ଷ ଘଟିଥିଲା। ଠେଲାପେଲାରେ କେତେଜଣ ମହିଳାଙ୍କ ଚୁଡ଼ି ଭାଙ୍ଗିଥିବାବେଳେ ଜଣେ ମହିଳାଙ୍କ ମୁଣ୍ଡ ଫାଟିଥିଲା। ହାଜତରେ ଦେବଙ୍କ ମୃତ୍ୟୁକୁ ପୋଲିସ ହୃଦ୍‌ଘାତର ରୂପ ଦେଉଥିବାବେଳେ ପୋଲିସ ତାଙ୍କୁ ପିଟି ମାରିଦେଇଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଜଣେ ଯୁବକଙ୍କର କିପରି ହୃଦ୍‌ଘାତରେ ମୃତ୍ୟୁ ହେଲା ବୋଲି ସେମାନେ ପ୍ରଶ୍ନ ଉଠାଇଛନ୍ତି। ଯୁବକଙ୍କ ଦାଦା ଗଙ୍ଗାରାମ ମଧ୍ୟ ପୋଲିସ ମାଡ଼ରେ ଆହତ ହୋଇ ଜିଲା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଖବର ଅନୁଯାୟୀ, ରବିବାର ଅପରାହ୍ନରେ ଦେବ ବରବେଶରେ ଶୋଭାଯାତ୍ରାରେ ବାହାରିବା ପାଇଁ ପ୍ରସ୍ତୁତ ହେଉଥିବାବେଳେ ଏକ ପୁରୁଣା ଚୋରି ମାମଲାରେ ତାଙ୍କ ସମେତ ଗାଙ୍ଗୁରାମଙ୍କୁ ପୋଲିସ ଉଠାଇନେଇଥିଲା। ସେହି ରାତିରେ ହାଜତରେ ଦେବଙ୍କ ମୃତ୍ୟୁ ଘଟିଥିଲା। ଆହୁରି ଦୁଃଖଦ ଘଟଣା ହେଲା ଦେବଙ୍କ ମୃତ୍ୟୁ ଖବର ଜାଣିବା ପରେ ତାଙ୍କୁ ବିବାହ କରିବାକୁ ଥିବା କନ୍ୟା ଏବଂ ଦେବଙ୍କ ଖୁଡ଼ୀ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଥାନା ହାଜତରେ ଦେବ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବା କହିଥିଲେ। ତାଙ୍କୁ ଜିଲା ହସ୍ପିଟାଲ ନିଆଯାଇଥିଲେ ମଧ୍ୟ ଡାକ୍ତର ବଞ୍ଚାଇ ପାରି ନ ଥିଲେ ବୋଲି ପୋଲିସ କହିଛି। ଦେବଙ୍କ ନାଁରେ ବିଭିନ୍ନ ଥାନାରେ ୭ ଆପରାଧିକ ମାମଲା ରହିଥିବା ଏଏସ୍‌ପି ମାନସିଂ ଠାକୁର କହିଛନ୍ତି। ଭୋପାଳରେ ଶିବଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପରିବାର ପକ୍ଷରୁ ଦାବି ହୋଇଥିବାବେଳେ ଘଟଣାର ମାଜଷ୍ଟ୍ରେଟ୍‌ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri