ମିଛ ଷଡ଼ଯନ୍ତ୍ର କରି ଫସିଲେ ପତିତପାବନ: ଫିଟୁଛି ଗୁମର; ସ୍ବିଗିରେ କରୁ ନଥିଲେ ଚାକିରି

ଭୁବନେଶ୍ୱର,୧୬।୯(ବ୍ୟୁରୋ): ମିଛ ଷଡ଼ଯନ୍ତ୍ରରେ ନିଜେ ଫସିଲେ ପତିତବାବନ ପୃଷ୍ଟି। ଅପହରଣର ମିଛ ନାଟକ ରଚି ବନ୍ଧା ହେଲେ ପତିତପାବନ। ଗୁରୁବାର ଧଉଳି ପୋଲିସ ଥାନାରେ ପତିତପାବନ ଓ ତାଙ୍କ ବାନ୍ଧବୀଙ୍କ ବୟାନ ରେକର୍ଡ କରାଯାଇଛି। ତାଙ୍କ ବାନ୍ଧବୀ ନିଜ ଇଚ୍ଛାରେ ଯାଇଥିବା ସହ ଏହା ଅପହରଣ ନୁହେଁ କହିଛନ୍ତି। ଏହାସତ୍ତ୍ୱେ ପତିତପାବନଙ୍କୁ ପୋଲିସ କବଳରୁ ବଞ୍ଚାଇ ପାରି ନାହାନ୍ତି। ମିଛ ଅପହରଣର ଭ୍ରମ ସୃଷ୍ଟି କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।
ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ କହିଛନ୍ତି, ସମ୍ପୃକ୍ତ ଯୁବକଙ୍କୁ ମଧ୍ୟପ୍ରଦେଶରୁ କାବୁ କରି ଗୁରୁବାର ଭୁବନେଶ୍ୱର ଅଣାଯାଇଛି। ତାଙ୍କୁ ଧଉଳି ଥାନାରେ ପଚରାଉଚରା କରାଯିବାରୁ ସେ ସ୍ବିିଗିରେ ଚାକିରି କରୁ ନ ଥିବା ଜଣାପଡ଼ିଛିି। ସେ ବିବାହିତ ଥିଲେ ମଧ୍ୟ ନିଜ ବାନ୍ଧବୀଙ୍କ ସହ ରହିବାକୁ ଚାହୁଁଥିଲେ। ସ୍ତ୍ରୀ ତଥା ଘର ଲୋକଙ୍କଠାରୁ ଏହାକୁ ଲୁଚାଇବାକୁ ସେ ମିଛ ଅପହରଣ ନାଟକ ରଚିଥିଲେ। ଏ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା। ଏହା ଅପରାଧିକ କାର୍ଯ୍ୟକଳାପ ହୋଇଥିବାରୁ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।
ଅନ୍ୟପକ୍ଷରେ ସ୍ତ୍ରୀ ଅହଲ୍ୟା କହିଛନ୍ତି, ମୋର ବିଶ୍ୱାସ ଅଛି ମୋ ସ୍ବାମୀ ମୋ ପାଖକୁ ଫେରି ଆସିବେ। ମୋତେ ନିଶ୍ଚିତ ନ୍ୟାୟ ମିଳିବ। ଯଦି ମୋ ସେ ନ ଆସନ୍ତି, ତା’ହେଲେ ତାଙ୍କ ନାଁରେ କେସ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri