ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା କେନ୍ଦ୍ର ମାଲିକଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ, ସମ୍ବଲପୁର ଜିଲା ଆଇନ ସେବା ପ୍ରାଧିକରଣ (DLSA) ର ଜଣେ ପିଏଲଭି ସରୋଜ ବାଗଙ୍କ ଲିଖିତ ଅଭିଯୋଗ ଭିତ୍ତିରେ ଟାଉନଥାନା କେସ୍‌ ନମ୍ବର ୯୦/୨୦୨୬ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ସମ୍ବଲପୁର ଟାଉନଥାନା ଅନ୍ତର୍ଗତ ମୁଦିପଡ଼ା ଆମ୍ବେଦକରନଗର ଅଞ୍ଚଳର ଆୟୁବ ଖାନ(୩୨) ନାମକ ଜଣେ ବ୍ୟକ୍ତି ପୀରବାବା ଛକ ନିକଟରେ ‘ଆୟସା କମ୍ୟୁନିକେଶନ’ ନାମକ ଏକ ଜନସେବା କେନ୍ଦ୍ର ଚଳାଉଥିଲେ। ଶନିବାର ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଲୋକ ଅଦାଲତରେ ଲୋକଙ୍କ ସମସ୍ୟାର ସମାଧାନ କରିଦେବାକୁ ପ୍ରତିଶ୍ରୁତି ଦେଇ ସେ ବ୍ୟକ୍ତିପିଛା ୧୦୦ ଟଙ୍କା ଲେଖାଏ ଆଦାୟ କରୁଥିଲେ। ସମ୍ବଲପୁର ଟିଭିର ଶ୍ୟାମଳ ନାମକ ଜଣେ ବ୍ୟକ୍ତି ଏହି ମିଥ୍ୟା ସୂଚନାକୁ ପ୍ରସାର କରିବା ଫଳରେ ଏହାକୁ ସତ ମାନି ପ୍ରାୟ ଶହେରୁ ଅଧିକ ଲୋକ ଠକାମିର ଶିକାର ହୋଇଛନ୍ତି। ସମ୍ବଲପୁର ସଦର ଏସ୍‌ଡିପିଓ ତୋଫାନ ବାଗ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି ଯେ, ଅଭିଯୁକ୍ତଙ୍କ ନିକଟରୁ ଏକ ଲ୍ୟାପ୍‌ଟପ, ପ୍ରିଣ୍ଟର, ମୋବାଇଲ ସହ ୮୮ଟି ଆଧାର କାର୍ଡ ଓ ଡିଏଲଏସଏ ଫର୍ମ ଜବତ କରାଯାଇଛି। ପୋଲିସ ଭାରତୀୟ ନ୍ୟାୟ ସଂହିତା (BNS) ର ବିଭିନ୍ନ ଧାରାରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?