ଆନ୍ଦୋଳନକାରୀଙ୍କୁ ଉଠାଇ ନେଲା ପୋଲିସ

ଝାରସୁଗୁଡ଼ା ଅଫିସ,୨୮।୩: ୧୨ ଦଫା ଦାବିନେଇ ଅଖିଳ ଭାରତ ଟ୍ରେଡ ୟୁନିୟନ ଦେଶବ୍ୟାପି ୨ ଦିନିଆ ବନ୍ଦ ଡାକରା ଦେଇଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡ଼ା ଜିଲାରେ ଟ୍ରେଡ ୟୁନିୟନ ପକ୍ଷରୁ ସୋମବାର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିବା ସହ ଧାରଣା ଦିଆଯାଇଥିଲା।

ଏପରିକି ଆନ୍ଦୋଳନକାରୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇ କେନ୍ଦ୍ର ଭାଜପା ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେବା ସହ ଝାରସୁଗୁଡ଼ା-ରାଉରକେଲା ରାସ୍ତା ଅବରୋଧ କରିଥିଲେ । ଫଳରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।

ଖବରପାଇ ପୋଲିସ ପହଞ୍ଚି ଆନ୍ଦୋଳନ ସ୍ଥଳରୁ ଶତାଧିକ ମହିଳା ଓ ପୁରୁଷ ଆନ୍ଦୋଳନକାରୀଙ୍କୁ ଗିରଫ କରି ଉଠାଇ ନେଇଛି। ଗିରଫ ଆନ୍ଦୋଳନକାରୀଙ୍କ ମଧ୍ୟରେ ସାରଙ୍ଗଧର ମିଶ୍ର, ସୁରେନ୍ଦ୍ର ସାହୁ, ପ୍ରଶାନ୍ତ ପଟେଲ, ମହେନ୍ଦ୍ର ନାୟକ, ଗୌରି ଶଙ୍କର ପାତ୍ର, ବାସୁଦେବ ଧୁରୁଆ, ମହେନ୍ଦ୍ର ମିଶ୍ର, ଅଜିତ ରଥ, ରବି ପଟେଲ, ସୁନିଲ ସିଂହ ପ୍ରମୁଖ ରହିଛନ୍ତି।

ଆନ୍ଦୋଳନରେ ଏଆଇଟିୟୁସି, ଆଇଏନଟିୟୁସି, ସିଆଇଟିୟୁ, ଜିଲା କୃଷକ ସଙ୍ଗଠନ, ଘରେଇ ବସ୍‌ କର୍ମଚାରୀ ସଂଘ, ପଶ୍ଚିମାଞ୍ଚଳ ଏକତା ମଞ୍ଚ, ଓରିଏଣ୍ଟ ପେପର ମିଲ୍ସ କର୍ମଚାରୀ ସଂଘ, ସମ୍ମିଳିତ ଆଦିବାସୀ ସମାଜ, ଆମ୍‌ ଆଦମୀ ପାର୍ଟି ଆଦି ସଙ୍ଗଠନ ସାମିଲ ହୋଇଥିବା ଜଣାପଡିଛି। ବନ୍ଦରେ ଦୋକାନ ବଜାର, ଗାଡିମଟର ଆଦି ଚଳାଚଳ ସ୍ବାଭାବିକ ରହଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri