Posted inଜାତୀୟ

ଡେରିରେ ଆସିଲେ, ଅଧାରୁ ଉଠିଲେ

କୋଲକାତା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗକୁ ସାମୁଦ୍ରିକ ଝଡ଼ ‘ୟାସ୍‌’ କ୍ଷୟକ୍ଷତିର ସମୀକ୍ଷା ପାଇଁ ଯାଇଥିବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୈଠକରେ ତାଙ୍କୁ ଅଧଘଣ୍ଟା ଅପେକ୍ଷା କରାଇଥିଲେ। ମମତା ଓ ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟ ସମାନ ସ୍ଥାନରେ ଥାଇ ପ୍ରଧାନମନ୍ତ୍ରୀଙ୍କ ବୈଠକରେ ୩୦ ମିନିଟ ବିଳମ୍ବରେ ପହଞ୍ଚତ୍ଥିଲେ ଏବଂ ଅଧାରୁ ଉଠିଯାଇଥିଲେ। ମମତାଙ୍କ ଏପରି ବ୍ୟବହାରକୁ ନେଇ ସୋସିଆଲ ମିଡିଆରେ ନାନା ପ୍ରତିକ୍ରିୟା ପ୍ରକାଶ ପାଇଛି। ନନ୍ଦିଗ୍ରାମରେ ମମତାଙ୍କୁ ହରାଇଥିବା ଭାଜପାର ଶୁଭେନ୍ଦୁ ଅଧିକାରୀ (ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା) ଉକ୍ତ ବୈଠକରେ ଉପସ୍ଥିତ ଥିବାରୁ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ଏପରି କରିଥିବା ଆଲୋଚନା ହେଉଛି।
ପଶ୍ଚିମ ମେଦିନୀପୁର ଜିଲା ଖଡ଼ଗପୁରସ୍ଥିତ କଲାଇକୁଣ୍ଡାରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ ହୋଇଥିଲା। ସେଠାରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକରଙ୍କ ସମେତ ଆଉ କେତେଜଣ ଅଧିକାରୀ ଉପସ୍ଥିତ ଥିଲେ। ମମତା ସେଠାରେ ୩୦ ମିନିଟ ବିଳମ୍ବରେ ପହଞ୍ଚତ୍ଥିଲେ। ସେ ପ୍ରଧାନମନ୍ତ୍ରୀଙ୍କୁ କ୍ଷୟକ୍ଷତି ରିପୋର୍ଟ ଦେଇ ଅନ୍ୟ ବୈଠକରେ ଯୋଗଦେବା ପାଇଁ ଚାଲିଯାଇଥିଲେ। ଏନେଇ ରାଜ୍ୟପାଳ ଟୁଇଟ୍‌ କରି କହିଛନ୍ତି, ମୁଖ୍ୟମନ୍ତ୍ରୀ ମମତା ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୀକ୍ଷା ବୈଠକରେ ସାମିଲ ହୋଇ ଆଲୋଚନା କରିଥିଲେ ରାଜ୍ୟବାସୀଙ୍କ ସ୍ବାର୍ଥରକ୍ଷା ହୋଇଥାଆନ୍ତା। ଏଭଳି ମୁହଁାମୁହିଁ ଆଭିମୁଖ୍ୟ ରାଜ୍ୟ ଓ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ବୋଲି ରାଜ୍ୟପାଳ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri