ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ବର, ୨୫।୭(ସୁନିତ୍‌ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ଆସନରେ ଶପଥ ନେବାର ମଙ୍ଗଳବାର ଠିକ୍‌ ବର୍ଷେ ପୂରଣ ହୋଇଛି। ଏପରି କି ସଂଯୋଗବଶତଃ ସେ ଏହି ଦିନ ଜନ୍ମମାଟିରେ ଆସି ପହଞ୍ଚତ୍ଛନ୍ତି। ୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ମୁର୍ମୁ ମଙ୍ଗଳବାର ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ସା ୫ଟା ୫୯ ମିନିଟରେ ପହଞ୍ଚତ୍ଥିଲେ। ସେଠାରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର, ମୁଖ୍ୟଶାସନ ସଚିବ ପ୍ରଦୀପ ଜେନା ଏବଂ ପୋଲିସ ଡିଜି ସୁନୀଲ ବଂଶଲ, ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ବିମାନବନ୍ଦରରୁ ରାଷ୍ଟ୍ରପତିଙ୍କ କାରକେଡ୍‌ ରାଜଭବନ ଅଭିମୁଖେ ବାହାରିଥିଲା। ତାଙ୍କୁ ସ୍ବାଗତ ଜଣାଇବା ଲାଗି ପାରମ୍ପରିକ ଗୀତ, ନାଚରେ ରାଜଧାନୀର ବିଭିନ୍ନ ସ୍ଥାନ ଉତ୍ସବମୁଖର ହୋଇଥିଲା। ତେବେ ଆସିବାବେଳେ ବାଟରେ ରାଷ୍ଟ୍ରପତି ଗାଡ଼ିରୁ ଓହ୍ଲାଇ ପାରମ୍ପରିକ ନାଚଗୀତ ମାଧ୍ୟମରେ ତାଙ୍କୁ ସ୍ବାଗତ ଜଣାଉଥିବା ଲୋକମାନଙ୍କୁ ଭେଟିଥିଲେ। ସେଠାରେ ରାଷ୍ଟ୍ରପତି ଚାଲି ଚାଲି କିଛି ବାଟ ଯାଇଥିବା ମଧ୍ୟ ଦେଖିବାକୁ ମିଳିଥିଲା। ତାଙ୍କୁ ଦେଖିବା ପାଇଁ ମଧ୍ୟ ରାସ୍ତା ପାର୍ଶ୍ୱରେ ବହୁ ଲୋକ ଏକତ୍ରିତ ହୋଇ ରହିଥିଲେ। ରାଜଭବନରେ ରାଷ୍ଟ୍ରପତିଙ୍କ କାରକେଡ୍‌ ପହଞ୍ଚତ୍ବାପରେ ସେଠାରେ କଳିଙ୍ଗ ଅତିଥିଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମ ପରେ ରାଜଭବନ ପରିସରରେ ଆୟୋଜିତ ଅତୁଟ ବନ୍ଧନ ପରିବାରର ହିତାଧିକାରୀ ଡାକ୍ତରୀ ଛାତ୍ରୀଛାତ୍ରମାନଙ୍କ ସହ ଏକ ଭାବବିନିମୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ରାଷ୍ଟ୍ରପତି ଭାବେ ଶପଥ ନେବାର ଏକ ବର୍ଷ ପୂରଣ ହେଉଥିବାରୁ ତାଙ୍କୁ ରାଜଭବନ ପରିସରରେ ଅଭିନନ୍ଦନ ଜଣାଯାଇଥିଲା। ଏହି ଅବସରରେ ରାଜ୍ୟପାଳଙ୍କ ସମେତ ରାଜଭବନର ଅନ୍ୟ ଅଧିକାରୀମାନଙ୍କ ଉପସ୍ଥିତିରେ କେକ୍‌ ମଧ୍ୟ କଟାଯାଇଥିଲା। ରାଷ୍ଟ୍ରପତି ବୁଧବାର କଟକ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟସୂଚି ସ୍ଥିର ହୋଇଛି। ସକାଳ ୮ଟାରେ ରାଷ୍ଟ୍ରପତି ରାଜଭବନରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଟକ ନରାଜ ପର୍ଯ୍ୟନ୍ତ ଯିବେ। ସେଠାରୁ କଟକ ଚଣ୍ଡୀ ମନ୍ଦିରରେ ତାଙ୍କ କାରକେଡ୍‌ ପହଞ୍ଚତ୍ବ। ସେଠାରେ ପ୍ରାୟ ୧୫ମିନିଟର କାର୍ଯ୍ୟକ୍ରମ ସ୍ଥିର ହୋଇଛି। କଟକ ଚଣ୍ଡୀଙ୍କୁ ଦର୍ଶନ କରି ସେଠାରୁ ମଧୁବାବୁଙ୍କ ଘର ପରିଦର୍ଶନରେ ସେ ଯିବେ। ଏହାପରେ ନେତାଜୀଙ୍କ ବାସଭବନ ଓ ନେତାଜୀ ସଂଗ୍ରହାଳୟ ବୁଲିବା କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୪୫ରେ କଟକ ଇଣ୍ଡୋର ଷ୍ଟାଡିୟମରେ ରାଷ୍ଟ୍ରପତି ପହଞ୍ଚତ୍ବେ। ସେଠାରେ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ପରେ ଜଷ୍ଟିସ ସଂଗ୍ରହାଳୟ ବୁଲି ଓଡ଼ିଶା ହାଇକୋର୍ଟ ଜଜ୍‌ ଲାଉଞ୍ଜରେ ମଧ୍ୟାହ୍ନ ଭୋଜନ କରିବେ। ୨ଟା ୫୦ରେ ଏସ୍‌ସିବି ମେଡିକାଲ କଲେଜ୍‌ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ଯୋଗଦେବେ। ଅପରାହ୍ନ ୪ଟା ୧୫ରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ୧୦ମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସେଠାରୁ ସା ୬ଟା ୩୦ରେ କାର୍ଯ୍ୟକ୍ରମ ସାରି ପୁଣି ରାଜଭବନ ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri