୩ ରଥର ୨୧ ଅଖ ନିର୍ମାଣ ଶେଷ

ପୁରୀ ଅଫିସ, ୧।୬: ସ୍ନାନ ପୂର୍ଣ୍ଣିମାକୁ ତିନିରଥର ଚକ-ଅଖ ଏବଂ ଦଣ୍ଡା ସଂଯୋଗ ହୋଇ ଗରଗରା ଉପରେ ୪ ନାହାକା ଉଠିଥାଏ। ଏହି ଅବସରରେ ତିନିରଥର ଅନୁକୂଳ ଅଖକୁ ମିଶାଇ ମଙ୍ଗଳବାର ସୁଦ୍ଧା ମୋଟ ୨୧ଟି ଅଖ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ତିନିରଥର ଗରଗରା ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି। ତିନିରଥର ଭୁଇଁଚଉତା ନିର୍ମାଣ ଶେଷ ପରେ ଚଉତାର ଦୁଇପଟ ସାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତାଳଧ୍ୱଜ ରଥର ପୋଲ ଗୟଳ ଚିରଟ ଶେଷ ହୋଇ ଚଉପଟ କାର୍ଯ୍ୟ ବାକି ରହିଛି। ନନ୍ଦିଘୋଷ ରଥର ପୋଲ ଗୟଳ ଦୁଇପାଶର୍‌ବ ବାରିସିରେ ସମତଳ କରିବା ପରେ କରତି ସେବକମାନେ ଚିରଟ କାର୍ଯ୍ୟ ଆରମ୍ଭ କରିଛନ୍ତି। ତିନିରଥର ବାକି ରହିଥିବା ଓରାରେ ବିନ୍ଧ ଆଡ଼ି ବିନ୍ଧ ଶେଷ ହୋଇଛି। ତାଳଧ୍ୱଜ ରଥର ମୋଟ ୭ଟି ଅଖର ନିର୍ମାଣ କାର୍ଯ୍ୟ ଶେଷ ପରେ ରଥ ଅମିନ ତିନି ରଥ ଚାଳିକୁ ଦୁଇଟି ଲେଖାଏ ୨୦ଫୁଟିଆ ଧଉରା କାଠ ଗରଗରା ନିର୍ମାଣ ପାଇଁ ଅପରାହ୍ନରେ ଭୋଇ ସେବକଙ୍କ ମାଧ୍ୟମରେ ଯୋଗାଇ ଥିଲେ। ତାର ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିସହ ଚଉଦ ନାହାକା ନିର୍ମାଣ ଶେଷପରେ ତାର ଦୁଇ ମୁଣ୍ଡ ସାଲ କାର୍ଯ୍ୟ ସରିଛି। ଦେବଦଳନ ରଥର ମୋଟ ୬ଟି ଅଖ ଶେଷ ହୋଇଛି। ଦୁଇଟି ଗରଗରା ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି । ନିର୍ମାଣ ପରେ ଦେବଦଳନ ରଥର କେତୋଟି ବାକିଥିବା ଚଉଦନାହାକାର ଦୁଇମୁଣ୍ଡ ସାଲ ଶେଷ ହୋଇ ଓରାରେ ବିନ୍ଧ ଆଡିବିନ୍ଧ ସରିଛି। ନନ୍ଦିଘୋଷ ରଥର ମୋଟ ୮ଟି ଅଖ ନିର୍ମାଣ ଶେଷ ହେବା ପରେ ଅପରାହ୍ନରେ ରଥ ଅମିନ ଭୋଇ ସେବକଙ୍କ ମାଧ୍ୟମରେ ଦୁଇଟି ୨୦ଫୁଟିଆ ଧଉରାକାଠ ଗରଗରା ନିର୍ମାଣ ନିମନ୍ତେ ଯୋଗାଇବା ପରେ ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି। ଏତଦ୍‌ବ୍ୟତୀତ ନନ୍ଦିଘୋଷ ରଥର ପୋଲ ଗୟଳ ଚିରଟ କାର୍ଯ୍ୟ ଦୋଳବେଦିରେ କରତି ସେବକମାନେ ଜାରି ରଖିଛନ୍ତି। ୩ ରଥର ରୂପକାର ସେବକମାନେ ସାଲ ଗୁଜରେ ରୂପ ଖୋଦେଇ ଶେଷ କରିଛନ୍ତି। ଦୋଳବେଦିସ୍ଥିତ ଅସ୍ଥାୟୀ କମାର ଶାଳରେ ତିନିରଥର ଓଝା ସେବକମାନେ ତିନି ରଥର ଘଡିମୁହଁ ଦଣ୍ଡା କଣ୍ଟା ନିର୍ମାଣ ଶେଷ କଲାପରେ ସେଗୁଡିକର ମଠା କାର୍ଯ୍ୟକରିବା ସହ ତିନିରଥର ଗୟଳ କଣ୍ଟା, ଗରଗରା କଣ୍ଟା ଏବଂ ଛନ୍ଦା ଗୟଳ କଣ୍ଟା ନିର୍ମାଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri