ରାତି ୧୧ ରେ ବରାନୁଗମନ, ବରଯାତ୍ରୀ ଯିବେ ୨ଶହ

ପୁରୁଣା ଭୁବନେଶ୍ୱର,୧।୬(ଡି.ଏନ୍‌.ଏ.): ଆସନ୍ତା ୪ ତାରିଖରେ ଶୀତଳଷଷ୍ଠୀ। ଏହି ଅବସରରେ ପ୍ରଭୁ ଶ୍ରୀଲିଙ୍ଗରାଜ, ମା’ ପାର୍ବତୀ ଦେବଦମ୍ପତିଙ୍କ ମଧ୍ୟରେ ବିଧି ମୁତାବକ ବିବାହ ଉତ୍ସବ ଅନୁଷ୍ଠିତ ହେବ। ଏନେଇ ମଙ୍ଗଳବାର ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନ୍ଦିର ବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ଭବାନୀ ପ୍ରସାଦ ସାମନ୍ତରାୟ ଅଧ୍ୟକ୍ଷତା କରିଥିଲେ। ଶ୍ରୀଜୀଉଙ୍କ ବିବାହ ନୀତି ଓ ଫେରନ୍ତା ଶୀତଳଷଷ୍ଠୀ ନେଇ ନୀତିନିର୍ଘଣ୍ଟ କରାଯାଇଥିଲା। ସକାଳ ୬ଟା ୩୦ରେ ମଙ୍ଗଳ ଆଳତି, ଅବକାଶ, ୬ଟାରୁ ୯ଟା ୩୦ ମଧ୍ୟରେ ସାହାଣମେଲା ଦର୍ଶନ, ସକାଳ ୭ଟାରେ କୋଠରୋଷ ଧୋପଖାଳ ଏବଂ ହୋମ ଓ ପାକକାର୍ଯ୍ୟ ଆରମ୍ଭ, ପୂର୍ବାହ୍ନ ୧୦ଟାରେ ମହାସ୍ନାନ, ୧୦ଟା ୨୦ରୁ ୧୧ଟା ମଧ୍ୟରେ ବେଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବଲ୍ଲଭ, ଠାକୁରାଣୀ ବଲ୍ଲଭ, ୧୨ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ, ୩ଟାରୁ ୫ଟା ପର୍ଯ୍ୟନ୍ତ ବଲ୍ଲଭ ଦ୍ୱିପ୍ରହର ଧୂପ, ଠାକୁରାଣୀଙ୍କ ଦ୍ୱିପ୍ରହର ଧୂପ, ସନ୍ଧ୍ୟା ୫ଟାରୁ ୬ଟା ପହୁଡ଼, ୬ଟାରୁ ୬ଟା ୩୦ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି, ୬ଟା ୩୦ରୁ ରାତି ୮ଟା ବେଶ, ସନ୍ଧ୍ୟାଧୂପ ପରେ ଦିଅଁ ବିଜେ, ଠାକୁରାଣୀଙ୍କ ସନ୍ଧ୍ୟାଧୂପ, ରାତି ୮ଟାରେ ଶ୍ରୀ କପିଳନାଥ ବିଜେ, ୮ଟାରୁ ୯ଟା ବଡ଼ସିଂହାର, ପଞ୍ଚବକ୍ର ବିଜେ, ପୁଷ୍ପାଞ୍ଜଳି ଓ ପହୁଡ଼, ରାତି ୯ଟାରୁ ୧୦ଟା ୩୦ ମନ୍ଦିର ମଧ୍ୟରେ ବରଯାତ୍ରୀ ଭୋଜି(୨୦୦ ଜଣଙ୍କ ପାଇଁ), ରାତି ୧୧ଟାରେ ବରାନୁଗମନ, ରାତ୍ର ୧୨ଟା ୩୦ରୁ ୪ଟା ୩୦ ମଧ୍ୟରେ ବିବାହ ପାଇଁ ନୀତିନିର୍ଘଣ୍ଟ କରାଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବଡୁ ନିଯୋଗ ସଭାପତି ଅଞ୍ଚଳ ବଡୁ, ପ୍ରଶାନ୍ତ ସମର୍ଥା, ବିଶୋଇ, ଆପଟିଆ ଓ ଅନ୍ୟ ସେବାୟତମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri