ଥାନାରେ ପହଞ୍ଚି କାଗଜ-କଲମ ମାଗି ଏଫ୍‌ଆଇଆର୍‌ରେ ଏମିତି କିଛି ଲେଖିଲେ ଯୁବକ

ପୁଣେ, ୧୭।୮: ମହାରାଷ୍ଟ୍ରର ପୁଣେ ସହରରୁ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୭ ବର୍ଷୀୟ ଯୁବକ ଥାନାରେ ପହଞ୍ଚି ଉପସ୍ଥିତ କର୍ମଚାରୀଙ୍କୁ କାଗଜ ଓ କଲମ ମାଗିଥିଲେ। ଏହାପରେ ସେ କାଗଜରେ ଯାହା ଲେଖିଥିଲେ ତାକୁ ପଢ଼ି ସେଠାରେ ଉପସ୍ଥିତ ସମସ୍ତ ପୋଲିସ କର୍ମଚାରୀ ଚକିତ ହୋଇଯାଇଥିଲେ। ବାସ୍ତବରେ ଏହି ଯୁବକଜଣକ ଲେଖିଥିଲେ ଯେ, ଝଗଡ଼ା ସମୟରେ ସେ ତାଙ୍କର ଗର୍ଭବତୀ ଲିଭ୍‌ ଇନ୍‌ ପାର୍ଟନରଙ୍କୁ ହତ୍ୟା କରିଦେଇଛନ୍ତି।
ଘଟଣାଟି ରଜଗ୍ରାମ ପୋଲିସ ଷ୍ଟେସନ ଅନ୍ତର୍ଗତ କାରୋଗ୍ରାମରେ ଘଟିଛି। ଅଭିଯୁକ୍ତ ଯୁବକ ୨୪ ବର୍ଷୀୟ ଜଣେ ଯୁବତୀଙ୍କ ସହ ଗତ ୪-୫ ମାସ ହେବ ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ରହୁଥିଲେ। ଏହି ସମୟ ମଧ୍ୟରେ ଯୁବତୀଜଣଙ୍କ ଗର୍ଭବତୀ ହୋଇଥିଲେ। ତେବେ ଉଭୟଙ୍କ ପାଖରେ ଟଙ୍କା ନ ଥିବାରୁ ଅଧିକାଂଶ ସମୟ ଝଗଡ଼ା ଲାଗିଥାଏ। ଗତକାଲି ଉଭୟଙ୍କ ମଧ୍ୟରେ କୌଣସି କାରଣ ଲାଗି ଝଗଡ଼ା ହୋଇଥିଲା। ଏଥିରେ ଯୁବକଜଣଙ୍କ ଯୁବତୀର ଗଳା ଚିପି ହତ୍ୟା କରିଥିଲା ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ହତ୍ୟାକାଣ୍ଡ ପରେ ଯୁବକଜଣଙ୍କ ଘରର ତାଲା ପକାଇ ଥାନାରେ ପହଞ୍ଚିଥିଲେ। ସେଠାରେ ଉପସ୍ଥିତ କର୍ମଚାରୀଙ୍କୁ କାଗଜ ଓ କଲମ ମାଗି ଲେଖିଥିଲେ ଯେ, ସେ ଜଣେ ମାନସିକ ରୋଗୀ। ସେ ତାଙ୍କ ଲିଭ୍‌ ଇନ୍‌ ପାର୍ଟନରଙ୍କୁ ଗଳା ଚିପି ହତ୍ୟା କରିଛନ୍ତି। ଏଥିସହ ଯୁବକଜଣଙ୍କ ପୋଲିସକୁ ଘରର ଚାବି ଦେଇଥିଲା। ପୋଲିସ ଘରେ ପହଞ୍ଚି ଯୁବତୀଙ୍କ ଶବ ଉଦ୍ଧାର କରିବା ସହିତ ସଂପୃକ୍ତ ଯୁବକଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri